କନକ ବ୍ୟୁରୋ: ପୂର୍ବାପେକ୍ଷା କରୋନା ସଂକ୍ରମଣ ଓ ମୃତ୍ୟୁ ସଂଖ୍ୟା କମିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ତଥ୍ୟ ମୁତାବକ, ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମଣ ୧୦,୯୨୯ ଥିବା ବେଳେ ମୃତ୍ୟୁ ସଂଖ୍ୟା ୩୯୨ ରହିଛି । ଗତ ୨୪ ଘଣ୍ଟାରେ ହୋଇଥିବା ୩୯୨ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୪,୬୦,୨୬୫ରେ ପହଞ୍ଚିଛି।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୦୭,୯୨,୧୯,୫୪୬ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଦିଆଯାଇଛି ୨୧,୭୩,୪୩୦ ଡୋଜ୍ ଟିକା।
‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ନଭେମ୍ବର ୫ ତାରିଖ ସୁଦ୍ଧା ସମୁଦାୟ ୬୧,୩୯,୬୫,୭୫୧ ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା ହୋଇଛି ୮,୧୦,୭୮୩ଟି ନମୁନା।ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧,୪୬,୯୫୦।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2021/11/cc.jpg)