କରୋନା : ଗତ ୨୪ ଘଣ୍ଟାରେ ୪୫,୧୬୯ କରୋନା ନମୁନା ପରୀକ୍ଷା

85

କନକ ବ୍ୟୁରୋ :  ବିଗତ କିଛି ଦିନ ହେବ ଓଡ଼ିଶାରେ ଦୈନିକ କରୋନା ନମୁନା ପରୀକ୍ଷା ସଂଖ୍ୟା ୫୦ ହଜାରରୁ କମ୍ ରହୁଥିବା ଦେଖାଯାଉଛି । ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୫,୧୬୯ କରୋନା ନମୁନା ପରୀକ୍ଷା କରାଯାଇଛି। ଏଥି ମଧ୍ୟରୁ ୮,୫୬୮ଟି ଆରଟି-ପିସିଆର, ୩୯,୨୧୯ଟି ଆଣ୍ଟିଜେନ ଓ ୮୨ଟି ଟ୍ରୁନଟ୍‌ ନମୁନା ପରୀକ୍ଷା କରାଯାଇଥିବାର ସୂଚନା ମିଳିଛି।

ସୂଚନାଯୋଗ୍ୟ, ଗତ ବୁଧବାର ଦିନ ୨୪ ଘଣ୍ଟା ଭିତରେ ୪୯,୯୦୯ କରୋନା ନମୁନା ପରୀକ୍ଷା କରାଯାଇଥିଲା। ଏହା ମଧ୍ୟରୁ ୮୦୫୧ଟି ଆରଟି-ପିସିଆର, ୪୧,୭୨୯ଟି ଆଣ୍ଟିଜେନ ଓ ୧୨୯ଟି ଟ୍ରୁନଟ୍‌ ନମୁନା ପରୀକ୍ଷା ଅନ୍ତର୍ଭୁକ୍ତ ଥିଲା।

ଏଠାରେ ଉଲ୍ଲେଖଯୋଗ୍ୟ ଯେ, ଅଧିକ ପରୀକ୍ଷଣ ହେଉଛି କରୋନା ବିରୋଧୀ ଲଢେଇର ଏକ ଅବିଚ୍ଛେଦ୍ୟ ଅଙ୍ଗ। ପ୍ରତ୍ୟେକ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଖୋଜି ବାହାର କରିବା ଓ ସେମାନଙ୍କୁ ସଙ୍ଗରୋଧ କରିବା ହେଉଛି କୋଭିଡ୍‌ ନମୁନା ପରୀକ୍ଷାର ଲକ୍ଷ୍ୟ। କିନ୍ତୁ ପରୀକ୍ଷା କମୁଥିବାରୁ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ କମୁଥିବା କୁହାଯାଉଛି ।