ଭୁବନେଶ୍ୱରରେ ଶହେ ତଳରେ ଆକ୍ରାନ୍ତ ସଂଖ୍ୟା । ଆଜି ୯୩ ଆକ୍ରାନ୍ତ ଚିହ୍ନଟ । ସେପଟେ ସୁସ୍ଥ ହେଲେ ୨୫୪ ଜଣ

Advertisment
ରାଜଧାନୀରେ ସଂକ୍ରମଣ କମ, ସୁସ୍ଥ ଅଧିକ । ଆଜି ଭୁବନେଶ୍ୱରରୁ ଚିହ୍ନଟ ହେଲେ ୨୪୬ କରୋନା ଆକ୍ରାନ୍ତ । ସେପଟେ ସୁସ୍ଥ ହେଲେ ୫୫୧ ଜଣ

କନକ ବ୍ୟୁରୋ : ରାଜଧାନୀ ଭୁବନେଶ୍ୱରରୁ ଆଜି ମୋଟ୍‌ ୯୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ୨୧ଜଣ ସଂଗରୋଧ ଓ ୭୨ ଜଣ ସ୍ଥାନୀୟ ଅଂଚଳରୁ ଅଛନ୍ତି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି। ଏହା ସହ ଭୁବନେଶ୍ୱରରୁ ଆଜି ୨୫୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ସଂଗରୋଧରୁ ଚିହ୍ନଟ କରୋନା ପଜିଟିଭ ବ୍ୟକ୍ତିମାନେ ପୂର୍ବରୁ ଆକ୍ରାନ୍ତ ହୋଇଥିବା ରୋଗୀଙ୍କ ସଂସ୍ପର୍ଶରେ ଆସିଥିଲେ। ସଂଗରୋଧରୁ ଚିହ୍ନଟ କରୋନା ପଜିଟିଭ ବ୍ୟକ୍ତିମାନଙ୍କ ମଧ୍ୟରେ ବଡ଼ଗଡ଼ରୁ ସର୍ବାଧିକ ୪ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାସହ ସହିଦ ନଗର, ବମିଖାଲ ଏବଂ ମଞ୍ଚେଶ୍ୱରରୁ ୨-୨ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ସ୍ଥାନୀୟ ସଂକ୍ରମଣ ଶିକାର ହୋଇଥିବା ୭୨ଜଣଙ୍କ ମଧ୍ୟରେ ବଡ଼ଗଡ଼ ଓ ପଟିଆରୁ ୫-୫ଜଣ, ନୟାପଲ୍ଲୀ, ମଞ୍ଚେଶ୍ୱର, ବମିଖାଲ ଓ ଶୈଳଶ୍ରୀ ବିହାରରୁ ୪-୪ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ନୂତନ ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ୱରରୁ ମୋଟ ୨୮,୯୮୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୨୭,୦୮୦ଜଣ ସୁସ୍ଥ ହୋଇଥିବା ବେଳେ ୧୭,୨୨ଟି ସକ୍ରିୟ ମାମଲା ରହିଛି । ଏହା ସହ ୧୬୨ଜଣଙ୍କର ମୃତ୍ୟୁ ଘଟିଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe