କନକ ବ୍ୟୁରୋ : ଦେଶରେ ଧୀରେ ଧୀରେ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଆଜି ସକାଳ ୯ଟା ସୁଦ୍ଧା ଭାରତ ସରକାରଙ୍କ ସ୍ୱାସ୍ଥ୍ୟମନ୍ତ୍ରାଳୟର ତଥ୍ୟ ଆଧାରରେ ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୫୮କୁ ବୃଦ୍ଧି ହୋଇଥିବା କୁହାଯାଇଛି । ମହାରାଷ୍ଟ୍ରରେ ସବୁଠାରୁ ଅଧିକ କରୋନା ଆକ୍ରାନ୍ତ ବର୍ତ୍ତମାନ ସୁଦ୍ଧା ଚିହ୍ନଟ ହୋଇଛନ୍ତି । ମହାରାଷ୍ଟ୍ରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୨ ରହିଛି ।
ଏହାପରେ କେରଳରେ ୪୦, ଦିଲ୍ଲୀରେ ୨୬, ଉତ୍ତରପ୍ରଦେଶରେ ୨୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା କୁହାଯାଇଛି । କର୍ଣ୍ଣାଟକ ଓ ରାଜସ୍ଥାନରେ ୧୫ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ମଟ ହୋଇଛନ୍ତି । ଓଡିଶାରେ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ମୋଟ୍ ୨୫୮ ଆକ୍ରାନ୍ତଙ୍କ ମଧ୍ୟରୁ ୨୧୯ ଜଣ ଭାରତୀୟ ଓ ୩୯ ଜଣ ବିଦେଶୀ ନାଗରିକ ବୋଲି ଜଣାପଡିଛି । ଶେଷ ଖବର ସୁଦ୍ଧା ଭାରତରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪ ରହିଛି ବୋଲି ଜଣାପଡିଛି । ଦିଲ୍ଲୀ କର୍ଣ୍ଣାଟକ, ମହାରାଷ୍ଟ୍ର ଏବଂ ପଂଜାବରେ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି ।