ଦେଶରେ କରୋନାଭାଇରସ୍ଜନିତ ମହାମାରୀ ବ୍ୟାପିବା ଦିନରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୩.୬ ଲକ୍ଷ ଥିବା ବେଳେ ମୃତ୍ୟୁସଂଖ୍ୟା ୩,୪୧୭ ରହିଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩,୬୮,୧୪୭ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୩,୪୧୭ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୧,୯୯,୨୫,୬୦୪ ଓ ମୃତ୍ୟୁସଂଖ୍ୟା ୨, ୧୮,୯୫୯ରେ ପହଞ୍ଚିଛି।
ସେହିଭଳି ଗତ ୨୪ ଘଣ୍ଟା ମଧ୍ୟରେ ୩,୦୦,୭୩୨ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୧୬, ୨୯,୩୦୦୩ରେ ପହଞ୍ଚିଛି। ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩୪,୧୩,୬୪୨। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧୫,୭୧,୯୮,୨୦୭ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି । ‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ମେ ୨ ତାରିଖ ସୁଦ୍ଧା ସମୁଦାୟ ୨୯,୧୬,୪୭,୦୩୭ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୫,୦୪,୬୯୮ଟି ନମୁନା।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2021/05/unnamed.jpg)