କରୋନା ଗତିରେ ଲାଗୁନି ବ୍ରେକ । ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟପିଲା ୫୪ ଲକ୍ଷ : ୨୪ ଘଂଟାରେ ପାଖାପଖି ସାଢେ ୯୨ ହଜାର ସଂକ୍ରମଣ ଓ ହଜାରେରୁ ଅଧିକ ମୃତ

112

କନକ ବ୍ୟୁରୋ : ଦେଶରେ ଆଜି ୫୪ଲକ୍ଷ ପାର କରିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଲଗାତାର ବଢ଼ୁଥିବା ସଂଖ୍ୟା ଏବେ ଚିନ୍ତାର ବିଷୟ ପାଲଟିଛି। ତେବେ ଆକ୍ରାନ୍ତ ସହ ସୁସ୍ଥ ସଂଖ୍ୟା ମଧ୍ୟ ବଢ଼ୁଛି। ୨୪ଘଣ୍ଟାରେ ୯୨,୬୦୫କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୯୪୬୧୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହା ସହ ୧୧୩୩ଜଣଙ୍କର ମୃତ୍ୟୁ ଘଟିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୁତ୍ରରୁ ମିଳିଥିବା ସୂଚନା ଅନୁସାରେ ଭାରତରେ ମୋଟ ସଂକ୍ରମିତ ସଂଖ୍ୟା ୫୪,୦୦,୬୧୯ରେ ପହଞ୍ଚିଛି । ଏହା ମଧ୍ୟରୁ ୧୦୧୦୮୨୪ଜଣ ସକ୍ରିୟ ସଂକ୍ରମିତ ଥିବାବେଳେ ମୃତ୍ୟୁସଂଖ୍ୟା ୮୬,୭୫୨ ରହିଛି । ତେବେ ଶୁଭ ସୂଚନା ହେଉଛି ଦେଶର ମୋଟ ଆରୋଗ୍ୟ ସଂଖ୍ୟା ୪୩,୦୩୦,୪୩ ରେ ପହଞ୍ଚିଛି । ଏହି ସଂଖ୍ୟାକୁ ମିଶାଇ ଦେଶରେ ମୃତ୍ୟୁ ହାର ୧.୬୧% ରହିଥିବା ବେଳେ ଆରୋଗ୍ୟ ହାର ୭୯.୨୮% ରହିଛି। ନୂତନ ସୁସ୍ଥ ସଂଖ୍ୟାକୁ ମିଶାଇ ଭାରତ ଏବେ ବିଶ୍ବରେ ଆଗରେ ରହିଛି। ତା’ ପଛକୁ ରହିଛି ଆମେରିକା। ଆମେରିକାରେ ବର୍ତ୍ତମାନ ୬,୯୬୭,୪୦୩ଜଣ କରୋନା ଆକ୍ରାନ୍ତ ହୋଇଥିବା ବେଳେ ସେ ମଧ୍ୟରୁ ୪,୨୨୩,୬୯୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଗତକାଲି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୁତ୍ରରୁ ମିଳିଥିବା ସୂଚନା ଅନୁସାରେ ଭାରତରେ ମୋଟ ସଂକ୍ରମିତ ସଂଖ୍ୟା ୫୩,୦୮,୦୧୪ରେ ପହଞ୍ଚିଥିଲା । ଏହା ମଧ୍ୟରୁ ୧୦୧୩୯୬୪ଜଣ ସକ୍ରିୟ ସଂକ୍ରମିତ ଥିବାବେଳେ ମୃତ୍ୟୁସଂଖ୍ୟା ୮୫,୬୧୯ ରହିଥିଲା । ଏହା ସହ ଦେଶର ମୋଟ ଆରୋଗ୍ୟ ସଂଖ୍ୟା ୪୨,୦୮୪,୩୧ ରେ ପହଞ୍ଚିଥିଲା । ଏହି ସଂଖ୍ୟାକୁ ମିଶାଇ ଦେଶରେ ମୃତ୍ୟୁ ହାର ୧.୬୧% ରହିଥିବା ବେଳେ ଆରୋଗ୍ୟ ହାର ୭୯.୨୮% ରହିଥିଲା।