ଦେଶରେ ବଢିଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଦିନକରେ ଚିହ୍ନଟ ହେଲେ ୭୫ ହାଜାର ୮୨୯ ପଜିଟିଭ୍, ୯୪୦ ମୃତ
ହୁ ହୁ ହୋଇ ବଢ଼ି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା
ହୁ ହୁ ହୋଇ ବଢ଼ି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୭୬ହଜାର ପାଖାପାଖି କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଦେଶରେ ମୃତ୍ୟୁ ସଂଖ୍ୟା ୧ଲକ୍ଷ ପାର କରିଛି । ୨୪ଘଣ୍ଟାରେ ୭୫,୮୨୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୯୪୦ଜଣ ମୃତ୍ୟୁବରଣ କରିଛନ୍ତି । ନୂତନ ମୃତ୍ୟୁସଂଖ୍ୟାକୁ ମିଶାଇ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୦୧୭୮୨ରେ ପହଞ୍ଚିଛି ।
Kanak News is now on WhatsApp
Join and get latest news updates delivered to you via WhatsApp
ଅକ୍ଟୋବର ୪ ତାରିଖ ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୬୫,୪୯,୩୭୩ ଜଣ କରୋନା ଭାଇରସ୍ ଦ୍ୱାରା ଆକ୍ରାନ୍ତ ହୋଇଥିବା କଥା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ତରଫରୁ ସୂଚନା ଦିଆଯାଇଛି । ଆକ୍ରାନ୍ତଙ୍କ ମଧ୍ୟରୁ ୫୫୦୯୯୬୬ ଜଣ ସୁସ୍ଥ ହୋଇଛନ୍ତି । ବାକି ୧୦୧୭୮୨ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଥିବା ୭୫,୮୨୯ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୯୩୭୬୨୫ ରହିଛି ।
ଦେଶରେ ବର୍ତ୍ତମାନ ମୃତ୍ୟୁହାର ୧.୫୬ ପ୍ରତିଶତ ରହିଥିବା ବେଳେ ସୁସ୍ଥତା ହାର ୮୩.୮୪ ପ୍ରତିଶତ ରହିଛି । ସାରା ବିଶ୍ବରେ ଭାରତର ସୁସ୍ଥତାର ହାର ଏବେ ସବୁଠାରୁ ଅଧିକ ରହିଛି । ତା’ ପଛକୁ ରହିଛି ଆମେରିକା । ଆମେରିକାରେ ଏଯାବତ୍ ୪୮୧୮୫୦୯ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।