ରାଜ୍ୟରେ କରୋନା ସ୍ଥିତି : ଗତ ୨୪ ଘଣ୍ଟାରେ ୫୯ ଜଣ କରୋନା ସଂକ୍ରମିତ ଚିହ୍ନଟ

124

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୫ ଜଣ ସଂଗରୋଧ କେନ୍ଦ୍ରରୁ ହୋଇଥିବା ବେଳେ ୨୪ ଜଣ ସ୍ଥାନୀୟ ସଂକ୍ରମିତ। ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୮୦୩ରେ ପହଞ୍ଚିଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୩୫ ହଜାର ୮୦ ଜଣ ଓ ଏବେ ବି ସକ୍ରିୟ ଅଛନ୍ତି ୭୫୩ ଜଣ।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୪ ଜଣ, ବରଗଡ଼ରୁ ଜଣେ, ବଲାଙ୍ଗୀରରୁ ଜଣେ, କଟକରୁ ୨ ଜଣ, ଦେବଗଡ଼ରୁ ୩ ଜଣ, ଗଜପତିରୁ ଜଣେ, ଯାଜପୁରରୁ ୫ ଜଣ, ଝାରସୁଗୁଡ଼ାରୁ ୪ ଜଣ, କେନ୍ଦୁଝରରୁ ୩ ଜଣ, ଖୋର୍ଦ୍ଧାରୁ ୩ ଜଣ, ମୟୂରଭଞ୍ଜରୁ ୩ ଜଣ, ନବରଙ୍ଗପୁରରୁ ଜଣେ, ନୟାଗଡ଼ରୁ ୩ ଜଣ, ନୂଆପଡ଼ାରୁ ୨ ଜଣ, ପୁରୀରୁ ୨ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ବଲପୁରରୁ ୯ ଜଣ ଓ ସୁନ୍ଦରଗଡ଼ରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।