ବଢୁଛି କରୋନା ସଂକ୍ରମଣ । ୨୪ ଘଣ୍ଟାରେ ୧୬,୨୯୯ ପଜିଟିଭ୍ ମାମଲା

72

କନକ ବ୍ୟୁରୋ: ଦେଶରେ ୨୪ ଘଣ୍ଟାରେ କରୋନା ସଂକ୍ରମଣରେ ୧୬,୨୯୯ ମାମଲା ସାମ୍ନାକୁ ଆସିଛି । ଏହାସହ ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଓ ଏବେ ୧୬ ହଜାର ଟପିଛି ।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୬୦୦୦ରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୬୨୯୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୪୩ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।ସେହିପରି ୧୨୫୦୭୬ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୩୫ ଲକ୍ଷ ୫୫ ହଜାର ୪୧ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି । ୫୨୬୮୭୯ ଜଣ କରୋନାରେ ପ୍ରାଣ ହରାଇଛନ୍ତି