କରୋନାର ୩ୟ ଲହରକୁ ନେଇ ଡିଏମଇଟିଙ୍କ ସୂଚନା : ରାଜ୍ୟ ସରକାର ତୃତୀୟ ୱେଭ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ

294

କନକ ବ୍ୟୁରୋ : କରୋନାର ତୃତୀୟ ଲହରକୁ ନେଇ ଡିଏମଇଟିଙ୍କ ସୂଚନା ଦେଇଛନ୍ତି । ସେ କହିଛନ୍ତି, ଏମିତି ବହୁତ ସଂକ୍ରମଣର ଅନେକ ଗୁଡିଏ ୱେଭ ଆସିବାର ନଜର ରହିଛି । ମାତ୍ର ଥାର୍ଡ ୱେଭ କେବେ ଆସିବ ଓ ଏହାର ପ୍ରଭାବ କେମିତି ରହିବ ତାହା କହିବା ଅସମ୍ଭବ । ତଥାପି ରାଜ୍ୟ ସରକାର ତୃତୀୟ ୱେଭ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ । ଭିତ୍ତିଭୂମି, ଅକ୍ସିଜେନ, ମେଡ଼ିସିନ, ସବୁ କିଛି ମହଜୁଦ ରହିଛି ।

ଅନ୍ୟ ରାଜ୍ୟ ପରି ଆମ ରାଜ୍ୟର ଅନେକ ଜିଲ୍ଲାରେ କୋରନା କୋପ କମିବାର ଧାରା ଆରମ୍ଭ ହୋଇଛି । ଆମେ ଆଶା କରିବା ଏହି ଧାରା ବଜାୟ ରହୁ । ବିଗତ ଦିନରେ ବଢିଥିବା କେସ ଯୋଗୁ ବର୍ତ୍ତମାନ ଡେଥ କେସ ବଢୁଛି । ପୂର୍ବରୁ ମେଡ଼ିକାଲରେ ଆଡ଼ମିଟ ହୋଇଥିବା କିଛି କ୍ରିଟିକାଲ ପେସେଣ୍ଟର ଡେଥ ହେଉଛି । ମାତ୍ର ଅନ୍ୟ ରାଜ୍ୟ ତୁଳନାରେ ଓଡ଼ିଶାର ସ୍ଥିତି ଭଲ ରହିଛି ବୋଲି କହିଛନ୍ତି ଡିଏମଇଟି ସିବିକେ ମହାନ୍ତି ।