୧୭ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା: ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୭ ହଜାର ୨୬୫କୁ ବୃଦ୍ଧି,୫୪୩ରେ ପହଂଚିଲା ମୃତକଙ୍କ ସଂଖ୍ୟା; କେବଳ ମହାରାଷ୍ଟ୍ରରେ ୪୨୦୩ ଆକ୍ରାନ୍ତ

414

କନକ ବ୍ୟୁରୋ: ଦେଶରେ ୧୭ ହଜାର ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ସୂଚନା ଅନୁସାରେ ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭ ହଜାର ୨୬୫କୁ ବୃଦ୍ଧି । ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୪୩କୁ ବୃଦ୍ଧି ପାଇଛି । ବର୍ତ୍ତମାନ ସୁଦ୍ଧା ୨୫ ଶହ ୪୭ ଜଣ ରୋଗୀ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ତେବେ ମହାରାଷ୍ଟ୍ରରେ ସର୍ବାଧିକ ୪ ହଜାର ୨୦୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଦିଲ୍ଲୀରେ ଆକ୍ରାନ୍ତଙ୍କ ସଂଖ୍ୟା ୨ ହଜାର ୩ରେ ପହଁଚିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ସୂଚନା ଅନୁସାରେ ଗତ ୧୪ ଦିନ ମଧ୍ୟରେ ୨୩ଟି ରାଜ୍ୟର ୫୪ ଜିଲ୍ଲାରେ ନୂଆ କରୋନା ରୋଗୀ ଚିହ୍ନଟ ହୋଇନାହାନ୍ତି ।