ଦେଶରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା: କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ସୂଚନା, ୨୩୦୧ ଆକ୍ରାନ୍ତ...୫୬ ଜଣଙ୍କ ମୃତ୍ୟୁ; ସୁସ୍ଥ ହୋଇ ଘରକୁ ଫେରିଛନ୍ତି ୧୫୭

Advertisment
ଦେଶରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା: କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ସୂଚନା, ୨୩୦୧ ଆକ୍ରାନ୍ତ...୫୬ ଜଣଙ୍କ ମୃତ୍ୟୁ; ସୁସ୍ଥ ହୋଇ ଘରକୁ ଫେରିଛନ୍ତି ୧୫୭

କନକ ବ୍ୟୁରୋ: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୩୦୧ରେ ପହଂଚିଛି । ବର୍ତମାନ ସୁଦ୍ଧା ଭାରତରେ କରୋନା ଭୂତାଣୁ ସଂକ୍ରମଣରେ ମୃତ୍ୟୁ ସଂଖ୍ୟା ୫୬କୁ ବୃଦ୍ଧି ହୋଇଛି । ଏହାରି ଭିତରେ ଆଶ୍ୱସ୍ତିକର ଖବର ହେଉଛି ଯେ,୧୫୭ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଲେଣି ।

publive-image

ତବଲିଘି ଜମାତର କର୍ମକର୍ତା ଓ ସେମାନଙ୍କ ସଂସ୍ପର୍ଶରେ ଆସିଥିବା ମୋଟ୍ ୯ ହଜାର ଲୋକଙ୍କୁ କ୍ୱାରେଂଟାଇନ୍ ବା ସଙ୍ଗରୋଧ କରିବାକୁ ନିର୍ଦ୍ଦେଶ ଦିଆଯାଇଥିବା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି । ଏହି ୯ ହଜାରଙ୍କ ଭିତରୁ ୧ ହଜାର ୩ ଶହ ୬ଜଣ ବିଦେଶୀ ଅଛନ୍ତି । ଏହି ସମସ୍ତ ବିଦେଶୀ ନାଗରିକଙ୍କ ବିରୋଧରେ ଆଇନଗତ ପଦ କ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି କେନ୍ଦ୍ର ଗୃହ ମନ୍ତ୍ରାଳୟ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe