ଦେଶରେ କରୋନା ମୃତ୍ୟୁସଂଖ୍ୟା ୧,୨୭,୫୭୧ ରେ ପହଞ୍ଚିଲା। ସକ୍ରିୟ ସଂକ୍ରମିତ ୪,୯୪,୬୫୭, ସୁସ୍ଥ ସଂଖ୍ୟା ୮୦,୧୩,୭୮୩

Advertisment
ଦେଶରେ ୯୪ ଲକ୍ଷରୁ ଅଧିକ ଲୋକ କରୋନା ସଂକ୍ରମିତ । ଗତ ୨୪ ଘଂଟାରେ ୩୮ ହଜାର ୭୭୨ ଆକ୍ରାନ୍ତ, ୪୪୩ ମୃତ ।

କନକ ବ୍ୟୁରୋ: ଆଜି ୪୦,୦୦୦ପାର ଖସିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ।  ଗତ ୨୪ ଘଣ୍ଟା ମଧ୍ୟରେ ନୂଆ ୪୪ହଜାର ୨୮୧ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ନୂଆ ସଂକ୍ରମିତଙ୍କୁ ମିଶାଇ ଦେଶରେ ସମୁଦ‌ାୟ ୮୬ ଲକ୍ଷ ୩୬ହଜାର ୦୧୨ ଆକ୍ରାନ୍ତ ଚିହ୍ନଟ ହୋଇ ସାରିଲେଣି। ଏହା ସହ ଆଜି ମୃତ୍ୟୁ ସଂଖ୍ୟା ୫୦୦ପାର କରିଛି। ଗତ ୨୪ ଘଣ୍ଟା ମଧ୍ୟରେ କରୋନାରେ ଦେଶରେ ୫୧୨ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ସମୁଦାୟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୨୭ହଜାର ୫୭୧ରେ ପହଞ୍ଚିଛି।

ଏବେ ସୁଦ୍ଧା କରୋନାରୁ ସମୁଦାୟ ୮୦ଲକ୍ଷ ୧୩ହଜାର ୭୮୩ଜଣ ସୁସ୍ଥ ହୋଇ ସାରିଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ୫୦ ହଜାର ୩୨୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ବର୍ତ୍ତମାନ ସକ୍ରିୟ ଅଛନ୍ତି ୪୯୪୬୫୭ଜଣ। ବର୍ତ୍ତମାନ ସୁଦ୍ଧା ଦେଶରେ ସୁସ୍ଥତା ହାର ୯୨.୭୯ ପ୍ରତିଶତ ଥିବା ବେଳେ ମୃତ୍ୟୁ ହାର ୧.୪୮ପ୍ରତିଶତ ରହିଛି।

ସେହିପରି ଇଣ୍ଡିଆନ୍‌ କାଉନ୍‌ସିଲ୍‌ ଅଫ୍‌ ମେଡିକାଲ୍‌ ରିସର୍ଚ ପକ୍ଷରୁ ମିଳିଥିବା ରିପୋର୍ଟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ୧୧ ଲକ୍ଷ ୫୩ ହଜାର ୨୯୪ ନମୁନା ପରୀକ୍ଷା ହୋଇଥିବା ବେଳେ ଏବେ ସୁଦ୍ଧା ସମୁଦାୟ ୧୨, ୦୭,୬୯, ୧୫୧ନମୁନା ପରୀକ୍ଷା ହୋଇ ସାରିଲାଣି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe