ଓଡିଶାରେ କମୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା : ରାଜ୍ୟର କରୋନା ସ୍ଥିତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

750

କନକ ବ୍ୟୁରୋ : ରାଜ୍ୟରେ କରୋନା ସ୍ଥିତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭିଡିଓ କନଫରେନ୍ସରେ ସମୀକ୍ଷା କରିବା ପରେ ନବୀନ କହିଛନ୍ତି, ଓଡିଶାରେ କମୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଏହା ଏକ ଶୁଭ ଲକ୍ଷଣ । ଯେଉଁମାନ ଏଦିଗରେ କାର୍ଯ୍ୟ କରୁଛନ୍ତି ସେମାନଙ୍କୁ ଧନ୍ୟବାଦ । ତାଲାବନ୍ଦ ସମୟରେ ଅତ୍ୟାବଶ୍ୟକ ସାମଗ୍ରୀ ପରିବହନ ଜାରି ରହିବ । ଏହା ସହିତ ଘରୋଇ ହିଂସା ଉପରେ ନଜର ରଖିବେ ଡିଜିପି । ଏବଂ ଅଭ୍ୟାସଗତ ଅପରାଧୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି ।

ସେପଟେ ଲକଡାଉନ ସମୟରେ ଘରୋଇ ହିଂସା ରୋକିବାକୁ କମିଶନରେଟ୍ ପୋଲିସର ବଡ ପଦକ୍ଷେପ । ମହିଳାଙ୍କ ପାଇଁ ସବୁ ଥାନାରେ ଜାରି ହେବ ସ୍ୱତନ୍ତ୍ର ନମ୍ବର । ନିର୍ଯାତନା ନେଇ ମହିଳା ଫୋନ କଲେ ଘରକୁ ଯିବ ପୋଲିସ୍ । ପ୍ରଥମେ କାଉନସେଲିଂ କରାଯିବ । ସମାଧାନ ନହେଲେ ମାମଲା ରୁଜୁ କରିବ ପୋଲିସ୍ । ଏନେଇ ଡିସିପି ଅନୁପ ସାହୁ ସୂଚନା ଦେଇଛନ୍ତି ।