ଦେଶରେ ବଢୁଛି କରୋନା ପ୍ରକୋପ: ଦିନକରେ ସର୍ବାଧିକ ୭ ହଜାର ୪୬୬ ନୂଆ ଆକ୍ରାନ୍ତ, ୧୭୫ ମୃତ; ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧,୬୫,୭୯୯

500

କନକ ବ୍ୟୁରୋ: ଦେଶରେ ବଢୁଛି କରୋନାର ପ୍ରକୋପ । ଭାରତରେ କରୋନା ମୃତ୍ୟୁ ସଂଖ୍ୟା ସାଢେ ୪ ହାଜର ଟପିଲା । କେନ୍ଦ୍ର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଜାରି ତଥ୍ୟ ଅନୁସାରେ, ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪ହଜାର ୭୦୬କୁ ବୃଦ୍ଧି ପାଇଥିବା ବେଳେ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୬୫୧ହଜାର ୭୯୯ରେ ପହଂଚିଛି । ତେବେ ତାଜା ସୂଚନା ଅନୁସାରେ, ଗତ ୨୪ ଘଂଟା ମଧ୍ୟରେ ସର୍ବାଧିକ ୭ ହଜାର ୪୬୬ ଜଣ ନୂଆ କରୋନା ଆକ୍ରାନ୍ତ ଠାବ ହୋଇଥିବା ବେଳେ ୧୭୫ଜଣଙ୍କର କରୋନା ମହାମାରୀରେ ଜୀବନ ଯାଇଛି । ତେବେ ଆଶ୍ୱସ୍ତିକର ଖବର ହେଲା କି, କରୋନା ମହାମାରୀ କବଳରୁ ଦେଶରେ ବର୍ତ୍ତମାନ ସୁଦ୍ଧା ୭୧ ହଜାର ୧୦୬ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ନେଇ ସ୍ପଷ୍ଟ କରିଛି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ।

ଅନ୍ୟପଟେ ଉଭୟ ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟାରେ ସବୁଠୁ ଆଗରେ ରହିଛି ମହାରାଷ୍ଟ୍ର । ମହାରାଷ୍ଟ୍ରରେ କରୋନା ଆକ୍ରାନ୍ତ ସଂଖ୍ୟା ୫୯ହଜାର ୫୪୬ରହିଥିବା ବେଳେ ମୃତ୍ୟୁ ସଂଖ୍ୟା ୧୯ ଶହ ୮୨କୁ ବୃଦ୍ଧି ପାଇଛି । ସେହିପରି ଗୁଜରାଟରେ ୧୫ହଜାର ୫୬୨ଆକ୍ରାନ୍ତ ଥିବା ବେଳେ ମୃତ୍ୟୁ ସଂଖ୍ୟା ୯୬୦କୁ ବୃଦ୍ଧି ପାଇଛି । ସେହିଭଳି ଦିଲ୍ଲୀରେ ୧୬ହଜାର ୨୮୧ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ରହିଛି ୩୧୬ । ସେହିପରି ଆନ୍ଧ୍ରପ୍ରଦେଶରେ ୩୨୫୧କରୋନା ଆକ୍ରାନ୍ତ ରହିଥିବା ବେଳେ ମୃତ୍ୟୁ ସଂଖ୍ୟା ୫୯ରେ ପହଂଚିଛି । ମଧ୍ୟପ୍ରଦେଶରେ ୭ ହଜାର ୪୫୩ ଜଣ ଆକ୍ରାନ୍ତ ରହିଥିବା ବେଳେ ମୃତ୍ୟୁ ସଂଖ୍ୟା ୩୨୧କୁ ବୃଦ୍ଧି ପାଇଥିବା ନେଇ ସୂଚନା ଦେଇଛି କେନ୍ଦ୍ର ସ୍ୱାସ୍ଥ୍ୟ ବିଭାଗ ।