କନକବ୍ୟୁରୋ : ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ କାଉଂଟଡାଉନ ଆରମ୍ଭ ହୋଇଯାଇଛି । ଆସନ୍ତାକାଲି ରାଜ୍ୟର ୪ଟି ସଂସଦୀୟ କ୍ଷେତ୍ର ଓ ୨୮ ବିଧାନସଭା ନିର୍ବାଚନ ମଣ୍ଡଳୀରେ ମତଦାନ ହେବ । ପ୍ରଥମ ପର୍ଯ୍ୟାୟରେ ମୋଟ ୬୨ ଲକ୍ଷ ୮୭ ହଜାର ଭୋଟର ମତଦାନ କରିବେ । ସେମାନଙ୍କ ମଧ୍ୟରୁ ୩୦ ଲକ୍ଷ ୯୭ ହଜାର ପୁରୁଷ, ୩୧ ଲକ୍ଷ ୮୯ ହଜାର ମହିଳା ଭୋଟର ଅଛନ୍ତି । ମୋଟ ୭ ହଜାର ୩୦୩ କେନ୍ଦ୍ରରେ ଭୋଟର ମତଦାନ ହେବ ।
ଏଥିପାଇଁ ନିର୍ବାଚନ ହେବାକୁ ଥିବା ସବୁ ପୋଲିଂ ବୁଥକୁ ଇଭିଏମ ପଠାଯାଇଛି । ପୋଲିଂ ଅଧିକାରୀମାନେ ଇଭିଏମ ସହ ଭିଭିପାଟ ମେସିନ ସାଙ୍ଗରେ ଧରି ନିଜ ନିଜ ପୋଲିଂ ବୁଥକୁ ଯାଇଛନ୍ତି । ସମ୍ବେଦନଶୀଳ ବୁଥ ଓ ଅତି ସମ୍ବେଦନଶୀଳ ବୁଥ ଗୁଡିକରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t081934795z-rashu-2025-12-17-13-49-35.jpg)
/kanak/media/post_attachments/wp-content/uploads/2024/05/24-11.jpg)