କନକ ବ୍ୟୁରୋ : ରାଜ୍ୟରେ ବଢୁଛି କରୋନା ସଂକ୍ରମଣ । କୋଭିଡ଼ ମହାମାରୀ ନିୟନ୍ତ୍ରଣ ପାଇଁ ବର୍ତ୍ତମାନ ସାରା ରାଜ୍ୟରେ ଲକଡାଉନ୍ ଜାରି ରହିଛି । ଏହି ପରିପ୍ରେକ୍ଷୀରେ ବୁଲା ଗାଈ ଗୋରୁ,  କୁକୁର ଆଦି ପ୍ରାଣମାନେ ଖାଦ୍ୟ ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ତାଙ୍କ ରିଲିଫ ପାଣ୍ଠିରୁ ପାଞ୍ଚ ମହାନଗର ନିଗମ ୪୮ଟି ମ୍ୟୁନିସପାଲଟି ଓ ୬୧ ଟିଏନ୍ଏସିମାନଙ୍କୁ ୫୫ ଲଷ ଟଙ୍କା ସହାୟତା ମଞ୍ଜୁର କରିଛନ୍ତି । ଏହି ଅର୍ଥରେ ସେମାନେ ବିଭିନ୍ନ ସ୍ବେଚ୍ଛାସେବୀ ଅନୁଷ୍ଠାନ ମାନଙ୍କ ଜରିଆରେ ବୁଲା ପ୍ରାଣୀ ମାନଙ୍କୁ ଖାଦ୍ୟ ଯୋଗାଇ ଦେବେ ।

Advertisment

ନିର୍ଦ୍ଦେଶ ଅନୁଯାୟୀ ଭୁବନେଶ୍ୱର ମହାନଗର ନିଗମ ଏଥିପାଇଁ ଦୈନିକ କୋଡ଼ିଏ ହଜାର ଟଙ୍କା କଟକ, ସମ୍ବଲପୁର, ରାଉରକେଲା , ଓ ଵ୍ରହ୍ମପୁର ମହାନଗର ନିଗମ ଦୈନିକ ଦଶହଜାର ଟଙ୍କା ,ମ୍ୟୁନିସପାଲଟି ମାନେ ଦୈନିକ ପାଞ୍ଚ ହଜାର ଟଙ୍କା ଓ ଏନ ଏ ସି ମାନେ ଦୈନିକ ଦୁଇ ହଜାର ଟଙ୍କା ଖର୍ଚ୍ଚ କରିପାରିବେ । ସୂଚନାଯୋଗ୍ୟ ଯେ ଗତ ୯ ତାରିଖ ଦିନ ଏହି ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୬୦ ଲଷ ଟଙ୍କା ମଞ୍ଜୁର କରାଯାଇଥିଲା ।