କମୁଛି କରୋନା କୋପ: ରାଜ୍ୟରେ ଗତ ୨୪ ଘଣ୍ଟାରେ ୮୮ ଜଣ ପଜିଟିଭ୍ ଚିହ୍ନଟ । ପଢ଼ନ୍ତୁ କେଉଁ କେଉଁ ଅଞ୍ଚଳରୁ ନୂଆ ପଜିଟିଭ୍ ହେଲେ ଚିହ୍ନଟ

103

କନକ ବ୍ୟୁରୋ: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୮ ଜଣ କରୋନା ସଂକ୍ରମିତ ଚିହ୍ନଟ । ସେମାନଙ୍କ ମଧ୍ୟରୁ ୫୧ ଜଣ ସଂଗରୋଧ କେନ୍ଦ୍ରରୁ ଥିବା ବେଳେ ୩୭ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୨୬୨ରେ ପହଞ୍ଚିଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୩୩ ହଜାର ୫୫୪ ଜଣ ଓ ଏବେ ବି ସକ୍ରିୟ ଅଛନ୍ତି ୭୪୪ ଜଣ ।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୪ ଜଣ, ବରଗଡ଼ରୁ ୧୦ ଜଣ, ବଲାଙ୍ଗୀରରୁ ଜଣେ, ବୌଦ୍ଧରୁ ଜଣେ, କଟକରୁ ଜଣେ, ଦେଓଗଡ଼ରୁ ଜଣେ, ଜୟପୁରରୁ ୪ ଜଣ, ଝାରସୁଗୁଡ଼ାରୁ ୩ ଜଣ, କଳାହାଣ୍ଡିରୁ ଜଣେ, କେନ୍ଦୁଝରରୁ ୫ ଜଣ, ଖୋର୍ଦ୍ଧାରୁ ୩ ଜଣ, ମୟୂରଭଞ୍ଜରୁ ୭ ଜଣ, ନୟାଗଡ଼ରୁ ଜଣେ, ନୂଆପଡ଼ାରୁ ୨ ଜଣ, ପୁରୀରୁ ୯ ଜଣ, ସମ୍ବଲପୁରରୁ ୪ ଜଣ, ସୁନ୍ଦରଗଡ଼ରୁ ୨୭ ଜଣ, ଓ ଷ୍ଟେଟ୍‌ପୁଲ୍‌ରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।