ଦେଶ ଓ ରାଜ୍ୟରେ କମୁଛି କରୋନା ସଂକ୍ରମଣ । ଜାଣନ୍ତୁ, କଣ ରହିଛି ଗତ ୨୪ ଘଣ୍ଟାର ରିପୋର୍ଟ

113

ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୧୧ ହଜାରରୁ କିଛି କମ୍‌ ଥିବା ବେଳେ ମୃତ୍ୟୁସଂଖ୍ୟା ୫୦୦ରୁ ଅଧିକ ରହିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୦,୮୫୩ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୫୨୬ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୩,୫୫,୫୩୬ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୫୨୬ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୬୦,୭୯୧ରେ ପହଞ୍ଚିଛି । ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୨,୪୩୨ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୩୭,୪୯,୯୦୦। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧,୪୪,୮୪୫। ୨୬୦ ଦିନ ମଧ୍ୟରେ ଏହା ହେଉଛି ଦେଶରେ ସବୁଠୁ କମ୍ ସକ୍ରିୟ ସଙ୍କ୍ରମଣ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୦୮,୨୧,୬୬,୩୬୫ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।  ଗତ ୨୪ ଘଣ୍ଟା ମଧ୍ୟରେ ଦିଆଯାଇଛି ୨୯,୪୬,୮୧୯ ଡୋଜ୍‌ ଟିକା। ‘ଆଇସିଏମ୍‌ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ନଭେମ୍ବର ୬ ତାରିଖ ସୁଦ୍ଧା ସମୁଦାୟ ୬୧,୪୮,୮୫,୭୪୭ ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା ହୋଇଛି ୯,୧୯,୯୯୬ଟି ନମୁନା।

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୧୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୮୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୩୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୫୮ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୩୯ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୪ ଜଣ, ବାଲେଶ୍ୱର ଜିଲ୍ଲାରୁ ୧୪ ଜଣ, ଭଦ୍ରକରୁ ୬ ଜଣ, ବଲାଙ୍ଗୀରରୁ ୩ ଜଣ, କଟକରୁ ୩୧ ଜଣ, ଦେବଗଡ଼ରୁ ୧ ଜଣ, ଢେଙ୍କାନାଳରୁ ୧ ଜଣ, ଗଞ୍ଜାମରୁ ୪ ଜଣ, ଗଜପତିରୁ ୨ ଜଣ, ଜଗତସିଂହପୁରରୁ ୭ ଜଣ, ଯାଜପୁରରୁ ୮ ଜଣ, ଝାରସୁଗୁଡ଼ାରୁ ୨ ଜଣ, କଳାହାଣ୍ଡିରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୬ ଜଣ, କେନ୍ଦୁଝରରୁ ୨ ଜଣ, ଖୋର୍ଦ୍ଧାରୁ ୧୩୯ ଜଣ, କୋରାପୁଟରୁ ୫ ଜଣ, ମାଲକାନଗିରିରୁ ୪ ଜଣ, ମୟୂରଭଞ୍ଜରୁ ୪ ଜଣ, ନୟାଗଡ଼ରୁ ୧ ଜଣ, ପୁରୀରୁ ୯ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ୱଲପୁରରୁ ୨୧ ଜଣ, ସୁନ୍ଦରଗଡ଼ରୁ ୧୦ ଜଣ ଓ ଷ୍ଟେଟ ପୁଲରୁ ୨୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୪୩ ହଜାର ୪୬୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୩୧ ହଜାର ୮୫୦ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୩ ହଜାର ୨୦୯ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।