କନକ ବ୍ୟୁରୋ: ଆସନ୍ତା ୨୧ ତାରିଖରୁ ଶ୍ରୀମନ୍ଦିରରେ ସହଜ ହେବ ଜଗା ଦର୍ଶନ । ଜଗା ଦର୍ଶନ ନେଇ ଥିବା କଟକଣାକୁ କୋହଳ କରାଯାଇଛି । ଏଣିକି ଶ୍ରୀମନ୍ଦିରରେ ପ୍ରବେଶ ପାଇଁ ଭକ୍ତମାନଙ୍କୁ କୋଭିଡ୍ ସାର୍ଟିଫିକେଟ୍ ଦେବାକୁ ପଡିବନି ବୋଲି ଛତିଶା ନିଯୋଗ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ୍ କୁମାର ଗତ ୧୪ ତାରିଖରେ ସୂଚନା ଦେଇଥିଲେ । ଏବେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏନେଇ ଏସଓପି ଜାରି କରାଯାଇଛି ।
ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି ଯେ, ଆସନ୍ତା ୨୧ ତାରିଖରୁ ଭକ୍ତମାନେ ଶ୍ରୀମନ୍ଦିର ପ୍ରବେଶ ପାଇଁ କୋଭିଡ୍ ସାର୍ଟିଫିକେଟ୍ ଦେଖାଇବାକୁ ପଡିବନି । ସକାଳ ୬ଟାରୁ ରାତି ୯ଟା ପର୍ଯ୍ୟନ୍ତ ଭକ୍ତମାନେ ମହାପ୍ରଭୁଙ୍କ ଦର୍ଶନ କରିପାରିବେ । ତେବେ ମନ୍ଦିର ଭିତରେ କେବଳ କୋଭିଡ୍ କଟକଣା ପାଳନ କରାଯିବ । ଯେପରିକି ମାସ୍କ ଓ ସାନିଟାଇଜର ବ୍ୟବହାର କରିବାକୁ ପ୍ରଶାସନ ପକ୍ଷରୁ କୁହାଯାଇଛି ।
ଅନ୍ୟପଟେ ସପ୍ତାହର ପ୍ରତ୍ୟେକ ରବିବାର ଶ୍ରୀମନ୍ଦିର ଭକ୍ତଙ୍କ ପାଇଁ ବନ୍ଦ ରହିବ । ଏହିଦିନ ମନ୍ଦିର ପରିସରକୁ ସମ୍ପୂର୍ଣ୍ଣ ସାନିଟାଇଜ୍ କରାଯିବ । ତା ସହିତ ବରିଷ୍ଠ ନାଗରିକଙ୍କ ସୁବିଧା ପାଇଁ ଆବଶ୍ୟକୀୟ ସୁବିଧା ଯୋଗାଇ ଦିଆଯିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏସଓପିରେ ଉଲ୍ଲେଖ କରାଯାଇଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/05/31/2025-05-31t055911608z-1001121283.png)
/kanak/media/post_attachments/wp-content/uploads/2022/02/34-15.jpg)