କନକ ବ୍ୟୁରୋ: ଦେଶରେ କରୋନା ସଂକ୍ରମଣ ଚିନ୍ତାଜନକ ସ୍ଥିତିରେ ପହଂଚିଛି । ପ୍ରଥମଥର ପାଇଁ ଦେଶରେ ଗତ ୨୪ ଘଂଟାରେ ସଂକ୍ରମିତଙ୍କ ସଂଖ୍ୟା ୧ ଲକ୍ଷ ପାର କରିଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ମୁତାବକ ଗତ ୨୪ ଘଂଟାରେ ଦେଶରେ ୧,୦୩,୫୫୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିଭଳି ୪୭୮ ଜଣଙ୍କର ମୃତ୍ୟୁ ହୋଇଛି । ଏହା ପୂର୍ବରୁ ଦେଶରେ ସବୁଠାରୁ ଅଧିକ ସଂକ୍ରମିତ ୨୦୨୦ ସେପ୍ଟେମ୍ବର ୧୭ ତାରିଖରେ ଚିହ୍ନଟ ହୋଇଥିଲେ । ଏହିଦିନ ୯୭,୮୯୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିଲେ । ଏହି କ୍ରମରେ ପାଖା ପାଖି ସାଢେ ୬ ମାସ ପରେ ପୁଣି କରୋନା ଆତଙ୍କ ଭାରତରେ ସବୁ ରେକର୍ଡ ଭାଙ୍ଗିଛି ।
କହିରଖୁ କି ଏହାକୁ ମିଶାଇ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧,୨୫,୮୯,୦୬୭ କୁ ବୃଦ୍ଧି ପାଇଛି । ଏହାସହ କରୋନା ସଂକ୍ରମଣରେ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇ ୧,୬୫,୧୦୧ ରେ ପହଂଚିଛି । ତାଜା ସୂଚନା ମୁତାବକ ଏବେ ୭,୪୧,୮୩୦ ଜଣ ଚିକିତ୍ସିତ ହେଉଛନ୍ତି ।
ଏଭଳି ସ୍ଥିତିରେ କେନ୍ଦ୍ର ସରକାରଙ୍କ ପକ୍ଷରୁ କଡା କଟକଣା ଲଗାଯାଇ ନଥିବା ବେଳେ କିଛି ରାଜ୍ୟ ସରକାର ସେମାନଙ୍କ ରାଜ୍ୟରେ ମିନି କଣ୍ଟେନମେଣ୍ଟ ଜୋନ ଓ ପାକ୍ଷୀକ ଲକଡାଉନ୍ ଘୋଷଣା କରିଛନ୍ତି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2021/04/3-8.jpg)