ମିଶନ ଶକ୍ତିକୁ ୪୫୩.୫୦ କୋଟି ଟଙ୍କାର କୋଭିଡ ପ୍ୟାକେଜ । ୩୩୮ ବ୍ଲକ ମିଶନ ଶକ୍ତି ଭବନ ନିର୍ମାଣ ପାଇଁ ୧୬୯ କୋଟି ।

230

କନକ ବ୍ୟୁରୋ: ମିଶନ ଶକ୍ତିକୁ ମୁଖ୍ୟମନ୍ତ୍ରୀଙ୍କ ୪୫୩.୫୦ କୋଟି ଟଙ୍କାର କୋଭିଡ ପ୍ୟାକେଜ । ୩୩୮ ବ୍ଲକ ମିଶନ ଶକ୍ତି ଭବନ ନିର୍ମାଣ ପାଇଁ ୧୬୯ କୋଟି, ୮୪.୫୦ କୋଟି ଆବର୍ତ୍ତନ ପାଣ୍ଠି, ମିଶନ ଶକ୍ତି ଋଣର ସୁଧ ରିହାତି ପାଇଁ ୨୦୦ କୋଟି ଟଙ୍କାର ପ୍ୟାକେଜ ଘୋଷଣା ହୋଇଛି ।

ଏହି ଅବସରରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମିଶନ ଶକ୍ତି ହେଉଛି, ଓଡିଶାର ୭୦ ଲକ୍ଷ ମାଆ ମାନଙ୍କର ଏକ ବିରାଟ ଅନୁଷ୍ଠାନ। ଏହା ହେଉଛି ଓଡିଶାର ବିକାଶ ବାହିନୀ। ସେମାନଙ୍କ ଦକ୍ଷତା ଉପରେ ଆସ୍ଥାପ୍ରକଟ କରି ମୁଖ୍ୟମନ୍ତ୍ରୀ କହିଥିଲେ, ‘ଆପଣମାନେ ଆଗକୁ ବଢନ୍ତୁ, ମୁଁ ଆପଣମାନଙ୍କ ସାଥିରେ ଅଛି।’

କୋଭିଡ ସମୟରେ ମିଶନ ଶକ୍ତିର ମା ମାନେ ବହୁତ ଭଲ କାମ କରିଛନ୍ତି ବୋଲି କହି ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଅଭିନନ୍ଦନ ଜଣାଇ କହିଲେ ଯେ ଆଜି ହେଉଛି ଏକ ଐତିହାସିକ ଦିବସ । ବ୍ଲକ୍‌ସ୍ତରରେ ସ୍ୱୟଂ ସହାୟକ ଗୋଷ୍ଠୀ ମାନଙ୍କ ପାଇଁ ଯେଉଁ ମିଶନ ଶକ୍ତି ଭବନ ଗଠନ ହେବ, ସେଥିରେ ମା ମାନେ ତାଲିମ ପାଇବେ, ଉତ୍ପାଦିତ ଦ୍ରବ୍ୟ ପାଇଁ ବିକ୍ରୟ କେନ୍ଦ୍ର ଖୋଲିପାରିବେ ଏବଂ ସେମାନଙ୍କ ନିଜସ୍ୱ କାର୍ୟ୍ୟକ୍ରମ ସଂପର୍କରେ ଆଲୋଚନା ପର୍ୟ୍ୟାଲୋଚନା କରିପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।