କନକ ବ୍ୟୁରୋ : ଆସନ୍ତା ୧୨ତାରିଖରୁ ବିଧାନସଭାର ଦ୍ବିତୀୟ ପର୍ଯ୍ୟାୟ ବଜେଟ୍ ଅଧିବେଶନ ଆରମ୍ଭ ହେବାକୁ ଯାଉଛି । କରୋନା ସଂକ୍ରମଣକୁ ଆଖି ଆଗରେ ରଖି ଏହି ଅଧିବେଶନ ପୂର୍ବରୁ କେତେକ ସତର୍କତାମୂଳକ ପଦକ୍ଷେପ ନିଆଯାଇଛି । ଏନେଇ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସୂଚନା ଦେଇ କହିଛନ୍ତି ଯେ, ବିଧାନସଭାକୁ ପ୍ରବେଶ କରିବାକୁ ଥିବା ସମସ୍ତଙ୍କର କୋଭିଡ୍ ଟେଷ୍ଟ ହେବ। ସମସ୍ତ ବିଧାୟକଙ୍କର ଆଣ୍ଟିଜେନ ଟେଷ୍ଟ କରାଯିବ। ଏମାନଙ୍କ ଭିତରୁ ଯେଉଁମାନଙ୍କ ରିପୋର୍ଟ ନେଗେଟିଭ୍ ଆସିବ, ସେମାନଙ୍କୁ କେବଳ ବିଧାନସଭାରେ ପ୍ରବେଶ କରିବାକୁ ଅନୁମତି ଦିଆଯିବ ବୋଲି ସେ କହିଛନ୍ତି । ଏହି ଟେଷ୍ଟ ରିପୋର୍ଟ ମାତ୍ର ୧୦ ମିନିଟ୍ ଭିତରେ ଆସିଯିବ ବୋଲି କୁହାଯାଇଛି ।
ଆସନ୍ତା ୧୨ରୁ ବିଧାନସଭାରେ ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ : ୧୦ରୁ ସମସ୍ତ ବିଧାୟକଙ୍କ ଆଣ୍ଟିଜେନ୍ ଟେଷ୍ଟ ହେବ; ସୂଚନା ଦେଲେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର
/kanak/media/post_attachments/wp-content/uploads/2021/03/minister-1.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)