ରାଜ୍ୟରେ ୩୧୬ ଜଣ କରୋନା ପଜିଟିଭ୍ ଚିହ୍ନଟ : ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୫୨

102

କନକ ବ୍ୟୁରୋ : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୧୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୮୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୧୩୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୫୧ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୫୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୩ ଜଣ, ଭଦ୍ରକରୁ ୧ ଜଣ, ବଲାଙ୍ଗୀରରୁ ୧୦ ଜଣ, କଟକରୁ ୩୨ ଜଣ, ଢେଙ୍କାନାଳରୁ ୪ ଜଣ, ଗଞ୍ଜାମରୁ ୪ ଜଣ, ଗଜପତିରୁ ୧ ଜଣ, ଜଗତସିଂହପୁରରୁ ୪ ଜଣ, ଯାଜପୁରରୁ ୯ ଜଣ, ଝାରସୁଗୁଡ଼ାରୁ ୨ ଜଣ, କଳାହାଣ୍ଡିରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୮ ଜଣ, ମାଲକାନଗିରିରୁ ୧ ଜଣ, ମୟୂରଭଞ୍ଜରୁ ୨୮ ଜଣ, ନୟାଗଡ଼ରୁ ୩ ଜଣ, ପୁରୀରୁ ୨ ଜଣ, ରାୟଗଡ଼ାରୁ ୧ ଜଣ, ସମ୍ୱଲପୁରରୁ ୭ ଜଣ, ସୁନ୍ଦରଗଡ଼ରୁ ୬ ଜଣ ଓ ଷ୍ଟେଟ ପୁଲରୁ ୩୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୪୧ ହଜାର ୭୭୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୧୦ ଲକ୍ଷ ୨୯ ହଜାର ୧୪୭ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୪ ହଜାର ୨୩୭ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।