କରୋନାକୁ ନେଇ ଆସିଲା ବଡ ଖବର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୨କୁ ବୃଦ୍ଧି; ବୌଦ୍ଧରୁ ସର୍ବାଧିକ ୨୮ ନୂଆ ସଂକ୍ରମିତ ଠାବ: ମାଲକାନଗିରିକୁ ଡେଇଁଲା କରୋନା

1,118

କନକ ବ୍ୟୁରୋ: ମହାବାତ୍ୟା ଅମ୍ଫାନ ସହ ଥମୁଛି କରୋନା ମହାମାରୀର ଆତଙ୍କ । ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହଜାରେ ଟପିଲା । ଆଜି ରାଜ୍ୟରେ ଆଉ ୭୪ ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ତେବେ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧ ହଜାର ୫୨କୁ ବୃଦ୍ଧି ପାଇଛି ।

ତେବେ ଆଜି ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ବୌଦ୍ଧରୁ ସର୍ବାଧିକ ୨୮ ଜଣ ନୂଆ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ପୁରୀରୁ ୧୧, କଟକରୁ ୯, ଖୋର୍ଧାରୁ ୭, ଗଂଜାମରୁ ୬, ଯାଜପୁରରୁ ୬, କେନ୍ଦ୍ରାପଡାରୁ ୨, ବାଲେଶବର, ଢେଙ୍କାନାଳ ଏବଂ କନ୍ଧମାଳରୁ ଜଣେ ଲେଖାଏ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ତେବେ ଆଜି ପ୍ରଥମ ଥର ପାଇଁ ମାଲକାନଗିରି ଜିଲ୍ଲାରେ ୨ କରୋନା ସଂକ୍ରମିତ ଠାବ ହୋଇଥିବା ନେଇ ସ୍ୱଷ୍ଟ କରିଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।

ସେପଟେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି ପାଇଛି । ଆଜି ରାଜ୍ୟରେ ଆଉ ଜଣେ କରୋନା ଆକ୍ରାଙ୍କ ମୃତ୍ୟୁ ହେବା ନେଇ ସ୍ପଷ୍ଟ କରିଛି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ । ତେବେ ମୃତକ ଖୋର୍ଦ୍ଧା ଜିଲ୍ଲାର ହୋଇଥିବା ସ୍ପଷ୍ଟ କରିଛନ୍ତି ସରକାର । ତେବେ ଖୋର୍ଦ୍ଧାର ଜଣେ ୭୦ ବର୍ଷୀୟ ବ୍ୟକ୍ତିଙ୍କ କରୋନା ଜନିତ ମୃତ୍ୟୁ ଘଟିଥିବା ବେଳେ ତାଙ୍କର ଶ୍ୱାସକ୍ରିୟା ଜନିତ ସମସ୍ୟା ଯୋଗୁଁ ଏମ୍ସରେ ଚିକିତ୍ସା ଚାଲିଥିବା ବେଳେ ମୃତ୍ୟୁ ହୋଇଥିବା ନେଇ ସ୍ପଷ୍ଟ କରିଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।