କନକ ବ୍ୟୁରୋ : ସୁସ୍ଥ ହେଲେ ଆଉ ୨୨୯ ଆକ୍ରାନ୍ତ । ଆଜି ରାଜ୍ୟର୧୫ଟି ଜିଲ୍ଲାରୁ ୨୨୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଫଳରେ ମୋଟ୍ ସ୍ୱାସ୍ଥ୍ୟଙ୍କ ସଂଖ୍ୟା ୫୯୩୪କୁ ବୃଦ୍ଧି ପାଇଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି । ଗଂଜାମ ଜିଲ୍ଲାରୁ ଆଜି ସର୍ବାଧିକ ୯୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସମ୍ଭବତଃ ଏହା ଗୋଟିଏ ଜିଲ୍ଲାରୁ ଦିନକରେ ସର୍ବାଧିକ ସୁସ୍ଥ ହୋଇଥିବା ଲୋକଙ୍କର ସଂଖ୍ୟା।
ଖୋର୍ଦ୍ଧା ଜିଲ୍ଲାରୁ ଆଜି ୨୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏତଦ୍ ବ୍ୟତିତ ଗଜପତି ଜିଲ୍ଲାରୁ ୨୬ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୫ ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୨ ଜଣ, ଜଗତ୍ସିଂହପୁର ଜିଲ୍ଲାରୁ ୧୧ ଜଣ, ମୟୂରଭଂଜ ଜିଲ୍ଲାରୁ ୧୧ ଜଣ, ଯାଜପୁର ଜିଲ୍ଲାରୁ ୮ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬ ଜଣ, କେନ୍ଦୁଝର ଜିଲ୍ଲାରୁ ୫ ଜଣ, କଟକ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୪ ଜଣ ଲେଖାଏଁ, ଭଦ୍ରକ ଓ ନୟାଗଡ଼ ଜିଲ୍ଲାରୁ ୩-୩ ଜଣ ଓ ବରଗଡ଼ ଜିଲ୍ଲାରୁ ଜଣେ କରୋନା ସଂକ୍ରମିତ ବ୍ୟକ୍ତି ସୁସ୍ଥ ହୋଇଛନ୍ତି।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2020/07/123.jpg)