ସିପିଆଇଏମ ପକ୍ଷରୁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା! ଭୁବନେଶ୍ୱରରୁ ମୈଦାନକୁ ଓହ୍ଲାଇବେ ଜନାର୍ଦ୍ଦନ ପତି

398

କନକ ବ୍ୟୁରୋ : ୨୦୧୯ ସାଧାରଣ ନିର୍ବାଚନ ପାଇଁ ସିପିଆଇଏମ ପକ୍ଷରୁ ପ୍ରଥମ ପର୍ଯ୍ୟାୟରେ ୪୫ ଜଣିଆ ପ୍ରାର୍ଥୀ ତାଲିକା ଘୋଷଣା କରିଛି । ଏହି ତାଲିକାରେ ଭୁବନେଶ୍ୱର ଲୋକସଭା ଆସନ ପାଇଁ ଜନାର୍ଦ୍ଦନ ପତିଙ୍କୁ ନିଜର ପ୍ରାର୍ଥୀ ଘୋଷଣା କରିଛି ସିପିଆଇଏମ । ଦେଶର ୧୧ଟି ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳ ପାଇଁ ୪୫ ଜଣିଆ ପ୍ରାର୍ଥୀ ତାଲିକା ଘୋଷଣା କରିଛି । ପ୍ରଥମ ଦଫାରେ କେରଳରୁ ସର୍ବାଧିକ ୧୬ ଜଣ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି ଦଳ ।


ତେବେ ବିଜେପି, ବିଜେଡି ଓ କଂଗ୍ରେସ ପକ୍ଷରୁ କେବେ ପ୍ରାର୍ଥୀ ତାଲିକା ଘୋଷଣା କରାଯିବ ତାହା ଉପରେ ସମସ୍ତଙ୍କର ନଜର ରହିଛି । ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ମାର୍ଚ୍ଚ ୧୮ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବାକୁ ଥିବା ବେଳେ ପ୍ରାର୍ଥୀପତ୍ର ଦାଖଲର ଶେଷ ତାରିଖ ମାର୍ଚ୍ଚ ୨୫ ରହିଛି । ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଏପ୍ରିଲ ୧୧ରେ ଅନୁଷ୍ଠିତ ହେବ । ଯେଉଁଥିରେ ରାଜ୍ୟର ୪ଟି ଲୋକସଭା ଓ ୨୮ଟି ବିଧାନସଭା ଆସନ ପାଇଁ ଭୋଟଦାନ ହେବ ।