କନକ ବ୍ୟୁରୋ: ଅର୍ଜୁନ ପୁରସ୍କାର ପାଇଲେ କ୍ରିକେଟର ମହମ୍ମଦ ସାମି । ରାଷ୍ଟ୍ରପତି ଭବନରେ ଆୟୋଜିତ ଜାତୀୟ କ୍ରୀଡା ପୁରସ୍କାର ପ୍ରଦାନ ଉତ୍ସବରେ ତାଙ୍କୁ ସମ୍ମାନିତ କରାଯାଇଛି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଠାରୁ ଅର୍ଜୁନ ପୁରସ୍କାର ଗ୍ରହଣ କରିଛନ୍ତି ମହମ୍ମଦ ସାମି । ୨୦୨୩ ବର୍ଷ ପାଇଁ କ୍ରୀଡ଼ା ପୁରସ୍କାର ଘୋଷଣା କରାଯାଇଥିବା ବେଳେ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି । ୨୦୨୩ ବିଶ୍ୱକପ୍ରେ ସାମିଙ୍କ ଦମଦାର ପ୍ରଦର୍ଶନ ପାଇଁ ଭାରତୀୟ କ୍ରିକେଟ୍ ବୋର୍ଡ ବିସିସିଆଇ ସାମିଙ୍କ ନାମ ସୁପାରିଶ କରିଥିଲା । ସାମି ୨୦୨୩ ବିଶ୍ୱକପରେ ସର୍ବାଧିକ ୱିକେଟ୍ ନେଇ ଚର୍ଚ୍ଚାକୁ ଆସିଥିଲେ । ୭ଟି ମ୍ୟାଚରେ ୨୪ଟି ୱିକେଟ୍ ନେଇ ଶ୍ରେଷ୍ଠ ବୋଲର ପାଲଟିଥିଲେ ।
କ୍ରିକେଟର ମହମ୍ମଦ ସାମୀଙ୍କୁ ଅର୍ଜୁନ ସମ୍ମାନ । ରାଷ୍ଟ୍ରପତି ଭବନରେ ଜାତୀୟ କ୍ରୀଡା ପୁରସ୍କାର ପ୍ରଦାନ କଲେ ମହାମହିମ ରାଷ୍ଟ୍ରପତି ।
/kanak/media/post_attachments/wp-content/uploads/2024/01/sami.jpg)