କନକ ବ୍ୟୁରୋ : ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କଲା ପଶ୍ଚିମବଙ୍ଗ ଦୁର୍ଗାପୁର ପୁଲିସ । ଫେରାର୍ ଥିବା ଅନ୍ୟ ଅଭିଯୁକ୍ତ ମାନଙ୍କୁ ପୁଲିସ ଖୋଜାଖୋଜି କରୁଛି । ସେପଟେ ପଶ୍ଚିମବଙ୍ଗରେ ଗଣଦୁଷ୍କର୍ମର ଶିକାର ହୋଇଥିବା ଝିଅର ବାପାଙ୍କ ସହିତ ଫୋନ୍ ଯୋଗେ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସମବେଦନା ଜଣାଇବା ସହିତ ରାଜ୍ୟ ସରକାର ସମସ୍ତ ପ୍ରକାର ସହାୟତା ପ୍ରଦାନ କରିବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଅପରାଧୀଙ୍କୁ କଠୋର ଦଣ୍ଡ ଦେବାପାଇଁ ପଶ୍ଚିମ ବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଦାବି ରଖିଛନ୍ତି । ବାଲେଶ୍ଵର ଏସ.ପି ଦୁର୍ଗାପୁର ପୁଲିସ ସହିତ ଯୋଗାଯୋଗରେ ରହି ଆବଶ୍ୟକ ସହାୟତା ଯୋଗାଇ ଦେଉଛନ୍ତି । ସେପଟେ ଝିଅକୁ ଓଡ଼ଶା ଫେରାଇ ଆଣିବାକୁ କୋହଭରା ନିବେଦନ କରିଛନ୍ତି ପୀଡ଼ିତାଙ୍କ ବାପା ।
ପଶ୍ଚିମବଙ୍ଗରେ ଗଣଦୁଷ୍କର୍ମର ଶିକାର ହୋଇଛନ୍ତି ଜଣେ ଓଡ଼ିଆ ଡାକ୍ତରୀ ଛାତ୍ରୀ । କଲେଜ କ୍ୟାମ୍ପସ ବାହାରକୁ ଜଣେ ପୁରୁଷ ବନ୍ଧୁଙ୍କ ଯାଇଥିବା ସମୟରେ କିଛି ଦୁର୍ବୃତ୍ତ ତାଙ୍କୁ ପିଛା କରିବା ସହ ନିଛାଟିଆ ଜାଗାକୁ ଟାଣି ନେଇଥିଲେ । ଜଙ୍ଗଲିଆ ଜାଗାରେ ଛାତ୍ରୀଙ୍କୁ ଗଣଦୁଷ୍କର୍ମ କରିଥିଲେ । ପୁରୁଷ ବନ୍ଧୁ ଯୁବତୀଙ୍କୁ ଏକୁଟିଆ ଛାଡ଼ି ଦୌଡ଼ି ପଳାଇଥିବା ଅଭିଯୋଗ ହୋଇଛି । ଘଟଣାରେ ପୁରୁଷ ବନ୍ଧୁଙ୍କ ସଂପୃକ୍ତିକୁ ନେଇ ଉପୁଜିଛି ସନ୍ଦେହ । ପୀଡ଼ିତାଙ୍କ ଠାରୁ ମୋବାଇଲ୍ ଓ ୫ହଜାର ଟଙ୍କା ଛଡ଼ାଇନେଲେ ଦୁର୍ବୃତ୍ତ । ମେଡିକାଲ ଆଇସିୟୁରେ ମୃତ୍ୟୁ ସହ ସଂଘର୍ଷ କରୁଛନ୍ତି ପୀଡ଼ିତା । ଏହାକୁ ନେଇ କଲେଜ କ୍ୟାମ୍ପସରେ ଉତ୍ତେଜନା ଲାଗି ରହିଛି । ସାରା ଦେଶରେ ହଇଚଇ ସୃଷ୍ଟି ହୋଇଛି ।
ପଶ୍ଚିମବଙ୍ଗ ବର୍ଦ୍ଧମାନ ଜିଲ୍ଲାର ଦୁର୍ଗାପୁରରେ ଏଭଳି ଉଦବେଗଜନକ ଘଟଣା ଘଟିଛି । ଘରୋଇ ମେଡିକାଲ କଲେଜରେ ପଢୁଥିଲେ ସମ୍ପୃକ୍ତ ଓଡ଼ିଆ ଛାତ୍ରୀ । ଏମ୍ବିବିଏସ୍ ଦ୍ୱିତୀୟ ବର୍ଷର ଛାତ୍ରୀଙ୍କ ସହ ଗଣଦୁଷ୍କର୍ମ ଅଭିଯୋଗ ହୋଇଛି । ପୀଡ଼ିତାଙ୍କ ଘର ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଅଞ୍ଚଳରେ । ପଶ୍ଚିମବଙ୍ଗ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି । ଘଟଣାକୁ ନେଇ ମେଡିକାଲ କଲେଜ କ୍ୟାମ୍ପସ୍ ସମେତ ଦୁର୍ଗାପୁରରେ ଉତ୍ତେଜନା ପ୍ରକାଶ ପାଇଛି । ପ୍ରତିବାଦ ପ୍ରଦର୍ଶନ କରିଛନ୍ତି ସମ୍ପୃକ୍ତ ମେଡିକାଲ କଲେଜର ଶତାଧିକ ଛାତ୍ରଛାତ୍ରୀ ।
ସେପଟେ ଗଣଦୁଷ୍କର୍ମର ଶିକାର ହୋଇଥିବା ଝିଅର ବାପାଙ୍କ ସହିତ ଫୋନ୍ ଯୋଗେ କଥା ହେଲେ ମୁଖ୍ୟମନ୍ତ୍ରୀ । ସମବେଦନା ଜଣାଇବା ସହିତ ରାଜ୍ୟ ସରକାର ସମସ୍ତ ପ୍ରକାର ସହାୟତା ପ୍ରଦାନ କରିବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଅପରାଧୀଙ୍କୁ କଠୋର ଦଣ୍ଡ ଦେବା ପାଇଁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଦାବି ରଖାଯାଇଛି । ବାଲେଶ୍ଵର ଏସ.ପି ଦୁର୍ଗାପୁର ପୁଲିସ ସହିତ ଯୋଗାଯୋଗରେ ରହି ଆବଶ୍ୟକ ସହାୟତା ଯୋଗାଇ ଦେଉଛନ୍ତି । ଝିଅ କିପରି ଶୀଘ୍ର ସୁସ୍ଥ ହେବ ଓ ସାଧାରଣ ଜୀବନଯାପନ କରିବ ସେଥିପାଇଁ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିବା ସହିତ ଅପରାଧୀମାନେ ଯେପରି କଠୋର ଦଣ୍ଡ ପାଇବେ ସେଥିପାଇଁ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଦୃଢ଼ ଦାବି ଉପସ୍ଥାପିତ କରାଯାଇଛି ବୋଲି ସେ ଜଣାଇଥିଲେ । ଓଡ଼ିଶାର ଜଣେ ଉଚ୍ଚ ପଦାଧିକାରୀ ପଶ୍ଚିମବଙ୍ଗ ସରକାରଙ୍କ ସହିତ ଯୋଗାଯୋଗରେ ରହି ଯାହା ଆଇନଗତ ଏବଂ ଯେ କୌଣସି ଆବଶ୍ୟକ ସହାୟତା ଯୋଗାଇଦେଉଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ମୁଖ୍ୟମନ୍ତ୍ରୀଙ୍କ ସମବେଦନା ଓ ସହାୟତା ପାଇଁ ପୀଡ଼ିତାଙ୍କ ପିତା ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଥିଲେ ।