ସେପଟେ ଗଣଦୁଷ୍କର୍ମର ଶିକାର ହୋଇଥିବା ଝିଅର ବାପାଙ୍କ ସହିତ ଫୋନ୍ ଯୋଗେ କଥା ହେଲେ ମୁଖ୍ୟମନ୍ତ୍ରୀ । ସମବେଦନା ଜଣାଇବା ସହିତ ରାଜ୍ୟ ସରକାର ସମସ୍ତ ପ୍ରକାର ସହାୟତା ପ୍ରଦାନ କରିବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଅପରାଧୀଙ୍କୁ କଠୋର ଦଣ୍ଡ ଦେବା ପାଇଁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଦାବି ରଖାଯାଇଛି । ବାଲେଶ୍ଵର ଏସ.ପି ଦୁର୍ଗାପୁର ପୁଲିସ ସହିତ ଯୋଗାଯୋଗରେ ରହି ଆବଶ୍ୟକ ସହାୟତା ଯୋଗାଇ ଦେଉଛନ୍ତି । ଝିଅ କିପରି ଶୀଘ୍ର ସୁସ୍ଥ ହେବ ଓ ସାଧାରଣ ଜୀବନଯାପନ କରିବ ସେଥିପାଇଁ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିବା ସହିତ ଅପରାଧୀମାନେ ଯେପରି କଠୋର ଦଣ୍ଡ ପାଇବେ ସେଥିପାଇଁ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଦୃଢ଼ ଦାବି ଉପସ୍ଥାପିତ କରାଯାଇଛି ବୋଲି ସେ ଜଣାଇଥିଲେ । ଓଡ଼ିଶାର ଜଣେ ଉଚ୍ଚ ପଦାଧିକାରୀ ପଶ୍ଚିମବଙ୍ଗ ସରକାରଙ୍କ ସହିତ ଯୋଗାଯୋଗରେ ରହି ଯାହା ଆଇନଗତ ଏବଂ ଯେ କୌଣସି ଆବଶ୍ୟକ ସହାୟତା ଯୋଗାଇଦେଉଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ମୁଖ୍ୟମନ୍ତ୍ରୀଙ୍କ ସମବେଦନା ଓ ସହାୟତା ପାଇଁ ପୀଡ଼ିତାଙ୍କ ପିତା ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଥିଲେ ।