କନକ ବ୍ୟୁରୋ : ବାଲେଶ୍ବର, ବଳଙ୍ଗା, ପଟ୍ଟାମୁଣ୍ଡାଇ ପରେ ଜଳିଗଲେ ଆଉ ଜଣେ ଛାତ୍ରୀ । ବରଗଡ଼ ଜିଲ୍ଲା ଗାଇସିଲେଟ୍ ଥାନା ଅଞ୍ଚଳରୁ ଆସିଛି ଏଭଳି ଏକ ହୃଦୟବିଦାରକ ଦୃଶ୍ୟ । ଅଷ୍ଟମ ଶ୍ରେଣୀରେ ପଢୁଥିବା ୧୩ ବର୍ଷୀୟା ନାବାଳିକା ଜଳିଯାଇଛନ୍ତି । ନାବାଳିକା ଜଣକ ତାଙ୍କ ମାମୁଘର ଗାଁରେ ଜଳିଯାଇଛନ୍ତି ।
ତେବେ କେମିତି ଜଳିଗଲେ ନାବାଳିକା? ନା କେହି ତାଙ୍କୁ ପେଟ୍ରୋଲ ଢାଳି ଜାଳିଦେଇଛି, ତାହା ସ୍ପଷ୍ଟ ହୋଇନି । ଏନେଇ ଆମ୍ବୁଲାନ୍ସକୁ ଖବର ଦିଆଯିବା ପରେ ଆମ୍ବୁଲାନ୍ସ ଆସିବାରେ ମଧ୍ୟ ବିଳମ୍ବ ହୋଇଥିଲା । ଯେଉଁଥିପାଇଁ ନାବାଳିକାଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହୋଇପଡ଼ିଛି । ନାବାଳିକା ଜଣଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/media_files/2025/08/11/16-2025-08-11-09-21-34.jpg)