କନକ ବ୍ୟୁରୋ : ବିଏମସି କାର୍ଯ୍ୟାଳୟରେ ଆକ୍ରମଣ ଘଟଣାକୁ ନେଇ ଆରମ୍ଭ ହୋଇଯାଇଛି ତମ୍ବିତୋଫାନ୍‌ । ଏହି ଘଟଣାକୁ ସବୁ ମହଲରେ ନିନ୍ଦା କରାଯାଉଥିବା ବେଳେ ଦୃଢ଼ ନିନ୍ଦା କରିଛନ୍ତି ବିରୋଧି ଦଳ ନେତା ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀଙ୍କୁ କାର୍ଯ୍ୟାନୁଷ୍ଠାନ ନେବାକୁ କହିଛନ୍ତି ନବୀନ । ଅଭିଯୁକ୍ତଙ୍କ ପଛରେ ଥିବା ବ୍ୟକ୍ତିଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି  । ଆକ୍ରମଣ ପଛରେ ଥିବା ରାଜନେତାଙ୍କ ଉପରେ ଦୃଷ୍ଟାନ୍ତମୂଳକ ଦଣ୍ଡ ପାଇଁ ଦାବି କରିଛନ୍ତି । 

Advertisment

ଯେଉଁଠି ବରିଷ୍ଠ ଅଧିକାରୀ କାର୍ଯ୍ୟାଳୟରେ ସୁରକ୍ଷିତ ନୁହଁନ୍ତି, ସେଠି ସାଧାରଣ ନାଗରିକ ସରକାରଙ୍କଠୁ କଣ ଆଶା କରିବେ ବୋଲି ପ୍ରଶ୍ନ କରିବା ସହ, ମୁଖ୍ୟମନ୍ତ୍ରୀ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେବେ ବୋଲି ଆଶା ରହିଥିବା ନବୀନ କହିଛନ୍ତି । 

ସେପଟେ ବିଏମସି ଅତିରିକ୍ତ କମିସନରଙ୍କୁ ମାଡ଼ ମାରିବା ଘଟଣାରେ ୩ଜଣଙ୍କୁ ଗିରଫ କରାଯାଇଛି । ଜୀବନ ରାଉତ, ରଶ୍ମି ମହାପାତ୍ର, ଦେବାଶିଷ ପ୍ରଧାନଙ୍କୁ ଗିରଫ କରାଯାଇଛି । ଅତିରିକ୍ତ କମିସରଙ୍କ ଏତଲା ଆଧାରରେ ଗିରଫ କରାଯାଇଛି ।