କନକ ବ୍ୟୁରୋ: ଅର୍ଚ୍ଚନା ନାଗଙ୍କ ଘର ଆଟାଚ୍ କଲା ଇଡି । ସତ୍ୟବିହାର ସ୍ଥିତ G+2 ବିଲ୍ଡିଂକୁ ସିଲ୍ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ମନି ଲଣ୍ଡରିଂ ଆଇନ ୨୦୦୨ ଆଧାରରେ ଏହି ପଦକ୍ଷେପ ନେଇଛି ଇଡି । ସୂଚନା ମୁତାବକ, ଅର୍ଚ୍ଚନା ଓ ଅନ୍ୟମାନଙ୍କ ବିରୋଧରେ ଚଳଚ୍ଚିତ୍ର ପ୍ରଯୋଜକ ଅକ୍ଷୟ ପରିଜା ନୟାପଲ୍ଲୀ ଥାନାରେ ଏତଲା ଦେଇଥିଲେ । ଆଇପିସିର ବିଭିନ୍ନ ଦଫା ସହିତ ଆଇଟି ଆକ୍ଟରେ ପୁଲିସ ଅର୍ଚ୍ଚନା ଓ ଅନ୍ୟମାନଙ୍କ ବିରୋଧରେ ମାମଲା ରୁଜୁ କରିଥିଲା । ଏଥି ସହିତ ଖଣ୍ଡଗିରି ଥାନାରେ ଶ୍ରଦ୍ଧାଞ୍ଜଳି ବେହେରାଙ୍କ ଏତଲା ଆଧାରରେ ଅର୍ଚ୍ଚନା ଓ ଅନ୍ୟମାନଙ୍କ ବିରୋଧରେ ମାମଲା ରୁଜୁ ହୋଇଥିଲା ।

Advertisment

୨୦୨୨ ଅକ୍ଟୋବର ୬ ତାରିଖରେ ଅର୍ଚ୍ଚନା ଗିରଫ ହୋଇ ଜେଲ ଯାଇଥିଲେ । ଅର୍ଚ୍ଚନାଙ୍କ ବେଆଇନ କାର୍ଯ୍ୟକଳାପ ଓ କଳାଟଙ୍କା ପ୍ରସଂଗ ସମ୍ମୁଖକୁ ଆସିବା ପରେ ଇଡି ଘଟଣାର ତଦନ୍ତ କରିଥିଲା । ଗିରଫ ହେବାର ୧୪ ମାସ ପରେ ୨୦୨୩ ଡିସେମ୍ବର ୧୨ ତାରିଖରେ ଅର୍ଚ୍ଚନା ନାଗ ଝାରପଡ଼ା ଜେଲରୁ ବାହାରି ଥିଲେ । ଅର୍ଚ୍ଚନା ନାଗଙ୍କୁ ହାଇକୋର୍ଟ ସର୍ତ୍ତମୂଳକ ଜାମିନ ମଞ୍ଜୁର କରିଥିଲେ ।