ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ : ଘଟଣାରେ ୭ଜଣ ଅଟକ

୩ ଜଣ ଯୁବକ ଦୁଷ୍କର୍ମ କରିଥିବା ବେଳେ ଅନ୍ୟମାନେ ସହଯୋଗ କରିଥିବା ଅଭିଯୋଗ ହୋଇଛି । 

Crime gopapur

Photograph: (KanakNews )

କନକ ବ୍ୟୁରୋ : ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ । ଯୁବତୀ ଜଣକ ପୁରୁଷ ବନ୍ଧୁଙ୍କ ସହ ବୁଲିବାକୁ ଆସିଥିବା ବେଳେ ପ୍ରାୟ ୧୦ଜଣ ଦୁର୍ବୃତ୍ତ ପ୍ରଥମେ ଘେରିଥିଲେ । ୩ ଜଣ ଯୁବକ ଦୁଷ୍କର୍ମ କରିଥିବା ବେଳେ ଅନ୍ୟମାନେ ସହଯୋଗ କରିଥିବା ଅଭିଯୋଗ ହୋଇଛି । 

ତେବେ ଗୋପାଳପୁର ପୁଲିସ ଏହି ମାମଲାରେ ୭ଜଣଙ୍କୁ ଅଟକ ରଖିଛି । ସେମାନଙ୍କ ମଧ୍ୟରେ ଜଣେ ଦୁଷ୍କର୍ମ ଅଭିଯୁକ୍ତ ଅଛି ।  ଅନ୍ୟ ଦୁଇ ଦୁଷ୍କର୍ମକାରୀ ଅଭିଯୁକ୍ତ ଫେରାର ଅଛନ୍ତି । ଅଭିଯୁକ୍ତମାନେ ହିଞ୍ଜିଳି ଅଞ୍ଚଳର ବୋଲି ଜଣାପଡିଛି । ପୁଲିସ ଅଧିକ  ତଦନ୍ତ ଚଳାଇଛି । ରବିବାର ରଜ ସଂକ୍ରାନ୍ତିରେ ଏମାନେ ଗୋପାଳପୁର ବେଳାଭୂମି ବୁଲିବାକୁ ଯାଇଥିଲେ। କିନ୍ତୁ ସଂକ୍ରାନ୍ତି ଯୋଗୁଁ ବେଳାଭୂମିରେ ବେଶୀ ଭିଡ଼ ନଥିଲା । ଏହାର ସୁଯୋଗ ନେଇ ଅଭିୟୁକ୍ତ ସଂପୃକ୍ତ ଯୁବତୀଙ୍କୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe