କନକ ବ୍ୟରୋ : ଗାଁ ଦାଣ୍ଡରେ ଆଶାକର୍ମୀଙ୍କୁ ଉଲଗ୍ନ କରି ଗାଲିଗୁଲଜ ସହ ଆକ୍ରମଣ ଅଭିଯୋଗ । ଆଶାକର୍ମୀଙ୍କୁ ବଞ୍ଚାଇବାକୁ ଯାଇ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ନୟାଗଡ଼ ଜିଲ୍ଲା ଫତେଗଡ଼ ଥାନା ଅଞ୍ଚଳରେ ଘଟିଛି ଅଭାବନୀୟ ଘଟଣା ।
ଗାଁରେ ଝାଡ଼ାବାନ୍ତି ଆକ୍ରାନ୍ତଙ୍କୁ ଆଶାକର୍ମୀ ଜଣକ ଔଷଧ ଦେବାକୁ ଯାଇଥିବାବେଳେ କିଛି ଅସାମାଜିକ ବ୍ୟକ୍ତି ଗାଁ ଦାଣ୍ଡରେ ତାଙ୍କୁ ପ୍ରଥମେ ଅସଦାଚରଣ କରିଥିଲେ । ପରେ ତାଙ୍କୁ ଉଲଗ୍ନ କରି ମାଡ଼ ମାରିଥିଲେ । ଆଶାକର୍ମୀଙ୍କୁ ବଞ୍ଚାଇବାକୁ ଯାଇଥିବା ବେଳେ ଜଣେ ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି । ଘଟଣାସ୍ଥଳରେ ଉଭୟ ଆଶାକର୍ମୀ ଓ ଯୁବକଙ୍କୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଭାପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ଏନେଇ ଆଶାକର୍ମୀ ଜଣକ ଫତେଗଡ଼ ଥାନାରେ ଅଭିଯୋଗ କରିଛନ୍ତି । ଖବରପାଇ ଫତେଗଡ଼ ଥାନା ପୁଲିସ ବିଳମ୍ବିତ ରାତିରେ ପାର୍ବତୀପୁର ଗ୍ରାମରେ ପହଞ୍ଚି ଅଭିଯୁକ୍ତକୁ ଧରିବାପାଇଁ ଚଢ଼ାଉ ଆରମ୍ଭ କରିଥିବା ଜଣାପଡିଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t084759337z-8e80dfc5-7f9d-489e-bfa6-474877a37c58-2025-12-17-14-17-59.jpg)
/kanak/media/media_files/2025/06/21/nayagarh-2025-06-21-08-29-21.jpg)