କନକ ବ୍ୟୁରୋ: ସାତକୋଶିଆରୁ ଆସିଲା ଖୁସି ଖବର । କ୍ରମାଗତ ତୃତୀୟ ବର୍ଷ ପାଇଁ ଘଡ଼ିଆଳ ପ୍ରଜନନ ସଫଳ ହୋଇଛି । ଗୁରୁବାର ଅଣ୍ଡା ଫୁଟି ବାହାରିଲେ ଘଡ଼ିଆଳ କୁମ୍ଭୀର । ମା ' କୁମ୍ଭୀର ସହ ଛୁଆ ଗୁଡିକ ଖେଳୁଥିବାର ଫଟୋ ବନ ବିଭାଗର କ୍ୟାମେରାରେ କଏଦ ହୋଇଛି । ସାତକୋଶିଆ ଗଣ୍ଡର ବଳଦମରା ନିକଟରେ ୩୦ ରୁ ୩୫ ଘଡ଼ିଆଳ ଛୁଆ ବାହାରିଥିବା ଜଣାପଡିଛି ।
ରାଜ୍ୟରେ ଘଡିଆଳ ସଂଖ୍ୟା ବଢାଇବା ପାଇଁ ଏହି ଯୋଜନା କରାଯାଇଥିବା ବେଳେ , ବିଲୁପ୍ତପ୍ରାୟ ଘଡ଼ିଆଳ କୁମ୍ଭୀର ୨୦୨୧ ମସିହାରୁ ସଫଳତାର ସହ ଅଣ୍ଡା ଫୁଟେଇ ଆସୁଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t075448932z-whatsapp-image-2025-12-17-at-12423-pm-2025-12-17-13-24-48.jpeg)
/kanak/media/post_attachments/wp-content/uploads/2023/05/xr.jpg)