କଟକ ଛତ୍ରପୁର ପୋଲ ଭୁଶୁଡିବା ଘଟଣା । ଆରଡିସି ସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ।

134

କନକ ବ୍ୟୁରୋ: କଟକ ଛତ୍ରପୁରରେ ନିର୍ମାଣାଧୀନ ପୋଲ ଭୁଶୁଡିବା ଘଟଣାରେ ଦୁଇ ଜଣଙ୍କ ମୃତ୍ୟୁ ଘଟିବା ପରେ ଏନେଇ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଘଟଣାର ଆରଡିସି ସ୍ତରୀୟ ତଦନ୍ତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ଶୋକସନ୍ତପ୍ତ ପରିବାର ବର୍ଗଙ୍କ ପାଇଁ ୩ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି । ଏଥିସହିତ ଏହି ଅଘଟଣରେ ଯେଉଁମାନେ ଆହତ ହୋଇଛନ୍ତି, ସେମାନଙ୍କୁ ଉତ୍ତମ ଚିକିତ୍ସା ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ସୂଚନାଯୋଗ୍ୟ ଯେ, ଆଜି କଟକ ଛତ୍ରବଜାରରେ ନିର୍ମାଣାଧୀନ ପୋଲ ଭୁଶୁଡିବା ଫଳରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିଲା । ଏନେଇ ପ୍ରଥମେ କଟକ ଡିସିପି ପ୍ରତୀକ ସିଂ ଗଣମାଧ୍ୟମକୁ ସୂଚନା ଦେଇଥିଲେ । ତେବେ ଏବେ ବି ଜଣଙ୍କର ଅବସ୍ଥା ସଙ୍କଟାପନ୍ନ ରହିଛି ବୋଲି ସେ ଗଣମାଧ୍ୟମକୁ ସୂଚନା ଦେଇଥିଲେ । ତେବେ ପୋଲ ନିକଟରୁ ହଠାତ୍ ମାଟି ଧସିବା କାରଣରୁ କିଛି ଲୋକ ଏଥିରେ ଚାପି ହୋଇଯାଇଥିଲେ । ଯାହା ଫଳରେ ଘଟଣା ସ୍ଥଳରେ ଲୋକଙ୍କ ଗହଳି ଲାଗି ରହିଥିଲା । ତୁରନ୍ତ ଉଦ୍ଧାରକାରୀ ଦଳ ଉଦ୍ଧାରକାର୍ଯ୍ୟରେ ଲାଗିଥିଲେ, ହେଲେ ଏହି ଅଘଟଣରେ ୨ ଜଣଙ୍କର ମୃତ୍ୟୁ ହୋଇଯାଇଥିଲା ।