ଆଜି ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା : ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର; ଗୋଟିଏ ଦୁଇଟି ସ୍ଥାନରେ ହୋଇପାରେ ପ୍ରବଳ ବର୍ଷା

248

କନକ ବ୍ୟୁରୋ : ଆଜି ଉପକୂଳ ଓଡ଼ିଶାର ଅନେକ ସ୍ଥାନ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା. ଜଗତସିଂହପୁର ଓ କଟକ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୭୦ରୁ ୧୧୦ ମିଲିମିଟର ବର୍ଷା ହୋଇପାରେ ।

ଗୋପାଳପୁର ବନ୍ଦରରେ ୩ ନମ୍ବର ବିପଦ ସଙ୍କେତ ଜାରି ହୋଇଥିବା ବେଳେ ଅନ୍ୟ ବନ୍ଦର ପାଇଁ ୨ ନମ୍ବର ବିପଦ ସଙ୍କେତ ଜାରି ହୋଇଛି । କୋରାପୁଟ, ମାଲକାନଗିରି, ଗଞ୍ଜାମ, ରାୟଗଡ଼ା, ଗଜପତି ପାଇଁ ହାଇଆଲର୍ଟ ଜାରି କରାଯାଇଛି । ସମସ୍ତ ଉପକୂଳ ଓଡ଼ିଶାକୁ ସତର୍କରେ ରଖାଯାଇଛି । ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ପୁରୀ ଓ ଜଗତସିଂହପୁରରେ ଓଡ୍ରାଫ୍ ଟିମ୍ ମୁତୟନ କରାଯାଇଛି ।