ବଙ୍ଗୋପସାଗରରେ ବାତ୍ୟା ନେଇ ବଢିଲା ସମ୍ଭାବନା ! ପ୍ରଭାବରେ ୭ରେ ସୃଷ୍ଟି ହୋଇପାରେ ଲଘୁଚାପ

8,733

କନକ ବ୍ୟୁରୋ : ବଙ୍ଗୋପସାଗରରେ ବାତ୍ୟା ନେଇ ବଢିଲା ସମ୍ଭାବନା ! ୬ତାରିଖରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ଏହା ପ୍ରଭାବରେ ୭ତାରିଖରେ ଲଘୁଚାପ ସୃଷ୍ଟି ହୋଇପାରେ । ୮ରେ ନେଇପାରେ ଅବପାତର ରୂପ । କ୍ରମେ ଏହା ଉତ୍ତର ଦିଗକୁ ଗତି କରିବାର ସମ୍ଭାବନା ରହିଛି । ୯ତାରିଖରେ ଏହା କେନ୍ଦ୍ରୀୟ ବାତ୍ୟାର ରୂପ ନେଇପାରେ । କ୍ରମଶଃ ଏହା ଅତି ଭୀଷଣ ବାତ୍ୟା ପର୍ଯ୍ୟନ୍ତ ଯାଇପାରେ । ମିଆଁମାର ଓ ବାଂଲାଦେଶ ଉପକୂଳ ଅତିକ୍ରମ କରିବା ନେଇ ବିଭିନ୍ନ ମଡେଲ ଆକଳନ କରିଛନ୍ତି ।