ବାତ୍ୟା ଭୟ, କାଲିଠୁ ବଦଳିବ ପାଗ : ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା; ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

2,956

କନକ ବ୍ୟୁରୋ : ଆହୁରି ସକ୍ରିୟ ହେଉଛି ଆଣ୍ଡାମାନ ସାଗର ଅଂଚଳରେ କେନ୍ଦ୍ରୀଭୂତ ଲଘୁଚାପ । କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ପଂହଚିଛି ଲଘୁଚାପ । ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତିକରି ୨ ତାରିଖରେ ଅବପାତର ରୂପ ନେବ । ପରବର୍ତ୍ତୀ ୨୪ ଘଂଟାରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା ରହିଛି । ପ୍ରଭାବରେ କାଲିଠୁ ଓଡିଶାର ବଦଳିବ ପାଗ । ଗଞ୍ଜାମ, ଗଜପତି, ପୁରୀ ଓ ଜଗତସିଂହପୁରରେ ପ୍ରବଳ ବର୍ଷା ହେବ । ୪ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ।

୧୧ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ବାଲେଶ୍ୱର, ନୟାଗଡ଼ ଏବଂ ଯାଜପୁରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସର୍ତକତା ଜାରି କରାଯାଇଛି । ପାହାଡ଼ିଆ ଅଂଚଳରେ ଭୂସ୍ଖଳନ ହେବାର ସମ୍ଭାବନା ରହିଛି । ତଳିଆ ଅଂଚଳରେ ବନ୍ୟା ପରିସ୍ଥିତି ଉପୁଜିପାରେ । ବାତ୍ୟା ସମୟରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘଂଟା ପ୍ରତି ୧୦୦ରୁ ୧୧୦ କିଲୋମିଟର ବେଗରେ ପବନ ବହିବ । ଏଥିପାଇଁ କାଲିସୁଦ୍ଧା କୂଳକୁ ଫେରିଆସିବାକୁ ମତ୍ସଜୀବୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।