ତୀବ୍ର ରୂପ ନେଲା ବାତ୍ୟା ‘ରେମାଲ’ । ପ୍ରଭାବରେ ଉତ୍ତର ଓଡିଶାରେ ପ୍ରବଳ ବର୍ଷା ସୂଚନା ।

1,414

କନକ ବ୍ୟୁରୋ: ତୀବ୍ର ବାତ୍ୟାର ରୂପ ନେଇ ସାରିଛି ବାତ୍ୟା ‘ରେମାଲ’ । ଆଜି ମଧ୍ୟରାତ୍ରୀରେ ଏହା ବାଂଲାଦେଶ ଓ ପଶ୍ଚିମବଙ୍ଗ ଉପକୂଳକୁ ଅତିକ୍ରମ କରିବାର ସମ୍ଭାବନା ରହିଛି । ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜରେ ପ୍ରବଳ ବର୍ଷା ସମ୍ଭାବନା ନେଇ ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶକ ମନୋରମା ମହାନ୍ତି ।

ଉପକୂଳ ଓଡିଶାରେ ମଧ୍ୟ ଆଜି କିଛି ସ୍ଥାନରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ୪୮ ଘଣ୍ଟା ପରେ ରାଜ୍ୟରେ ପାରା ବଢିବ ବୋଲି ଆକଳନ ହୋଇଛି । ସେପଟେ ‘ରେମାଲ’ର ପ୍ରଭାବ ଓଡ଼ିଶାରେ ଏହାର ସିଧା ପ୍ରଭାବ ନପଡ଼ିଲେ ମଧ୍ୟ ଉପକୂଳ ଜିଲ୍ଲା ଗୁଡିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଯାହାକୁ ନେଇ ଜିଲ୍ଲାପାଳଙ୍କୁ ସତର୍କ କରାଇଛନ୍ତି ଏସଆରସି ।

ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଓ କେନ୍ଦ୍ରାପଡା ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ବର୍ଷା ସହ ପବନ ବହିବାର ଆଶଙ୍କା ଥିବାରୁ ପରିସ୍ଥିତିର ମୁକାବିଲା ପାଇଁ ଓଡ୍ରାଫ ଓ ଅଗ୍ନିଶମ କର୍ମଚାରୀଙ୍କୁ ମୁତୟନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ୨୭ ତାରଖ ଯାଏଁ ସମୁଦ୍ରରେ ମାଛ ମାରିବା ଉପରେ ପ୍ରତିବନ୍ଧକ ଲଗାଯାଇଛି ।