ସ୍ଥଳଭାଗ ଛୁଇଁପାରେ ବାତ୍ୟା ‘ରେମାଲ’ ।ଏସଆରସିଙ୍କ ନିର୍ଦ୍ଦେଶ ସର୍ତକ ରୁହନ୍ତୁ ଜିଲ୍ଲାପାଳ ।

326

କନକବ୍ୟୁରୋ:ତୀବ୍ର ବାତ୍ୟାର ରୂପ ନେଇ ସାରିଛି ବାତ୍ୟା ରେମାଲ । ଆଜି ମଧ୍ୟରାତ୍ରୀରେ ଏହା ବାଂଲାଦେଶ ଓ ପଶ୍ଚିମବଙ୍ଗ ଉପକୂଳକୁ ଅତିକ୍ରମ କରିବାର ସମ୍ଭାବନା ରହିଛି । ଭଦ୍ରକ,ବାଲେଶ୍ୱର,ମୟୂରଭଞ୍ଜରେ ପ୍ରବଳ ବର୍ଷା ସମ୍ଭାବନା ନେଇ ସୂଚନା ଦେଇଛନ୍ତି ଆଂଚଳିକ ପାଣିପାଗ ନିର୍ଦ୍ଦେଶକ ମନୋରମା ମହାନ୍ତି । ଉପକୂଳ ଓଡିଶାରେ ମଧ୍ୟ ଆଜି କିଛି ସ୍ଥାନରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।

୪୮ ଘଂଟା ପରେ ରାଜ୍ୟରେ ପାରା ବଢିବ ବୋଲି ଆକଳନ ହୋଇଛି । ସେପଟେ ‘ରେମାଲ’ର ପ୍ରଭାବ ଓଡ଼ିଶାରେ ଏହାର ସିଧା ପ୍ରଭାବ ନପଡ଼ିଲେ ମଧ୍ୟ ଉପକୂଳ ଜିଲ୍ଲା ଗୁଡିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଯାହାକୁ ନେଇ ଜିଲ୍ଲାପାଳଙ୍କୁ ସତର୍କ କରାଇଛନ୍ତି ଏସଆରସି । ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଓ କେନ୍ଦ୍ରାପଡା ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ବର୍ଷା ସହ ପବନ ବହିବାର ଆଶଙ୍କା ଥିବାରୁ ପରିସ୍ଥିତିର ମୁକାବିଲା ପାଇଁ ଓଡ୍ରାଫ ଓ ଅଗ୍ନିଶମ କର୍ମଚାରୀଙ୍କୁ ମୁତୟନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ୨୭ ତାରଖ ଯାଏ ସମୁଦ୍ରରେ ମାଛ ମାରିବା ଉପରେ ପ୍ରତିବନ୍ଧକ ଲଗାଯାଇଛି ।