କନକ ବ୍ୟୁରୋ: ବାତ୍ୟା ୟାସର ପ୍ରଭାବରେ ଉତ୍ତର ଓଡିଶା ଓ ଉପକୂଳ ଓଡିଶାର ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷକରି ରାଜ୍ୟର ୪ଟି ଜିଲ୍ଲା ଜଗତସିଂହପୁର, କେନ୍ଦ୍ରାପଡା, ବାଲେଶ୍ୱର. ଭଦ୍ରକ ସବୁଠାରୁ ଅଧିକ ବର୍ଷା ହେବ । ସେହିପରି ଏହି ଚାରି ଜିଲ୍ଲାରେ ପବନର ବେଗ ମଧ୍ୟ ଅଧିକ ରହିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ ।
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ୟାସ ଓଡିଶାରେ ସ୍ଥଳଭାଗ ଛୁଇଁବ । ଏହାର ପ୍ରଭାବରେ ଉପକୂଳ ଓ ଉତ୍ତର ଓଡିଶାରେ ୨୫ , ୨୬ ଓ ୨୭ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ଚେତାବନୀ ଦିଆଯାଇଛି । ୨୫ ତାରିଖ ସକାଳ ୮ଟା ୩୦ରୁ ୨୬ ତାରିଖ ସକାଳ ୮ଟା ୩୦ ମଧ୍ୟରେ ଗଞ୍ଜାମ, ପୁରୀ,ଖୋର୍ଦ୍ଧା, କଟକ, ଜଗତସିଂହପୁର, ଢେଙ୍କାନାଳ, ଯାଜପୁର , କେନ୍ଦ୍ରାପଡା, ବାଲେଶ୍ୱର, ଭଦ୍ରକ ଓ ମୟୁରଭଞ୍ଜରେ ପ୍ରବଳ ବର୍ଷାର ଚେତାବନୀ ଦିଆଯାଇଛି ।
ବାତ୍ୟା ୟାସ୍ ଯେତିକି ଆଗକୁ ବଢିବ ବର୍ଷାର ପରିମାଣ ବି ସେହି ଅନୁପାତରେ ବଢିବ । ବିଶେଷକରି ପୂର୍ବ ଓ ଉତ୍ତର ଉପକୂଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଖୋର୍ଦ୍ଧା, ଢେଙ୍କାନାଳ, ଅନୁଗୁଳ, ଦେବଗଡ ଓ ସୁନ୍ଦରଗଡରେ ପ୍ରବଳ ବର୍ଷା ହେବ । ସେହିଭଳି କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ, ବାଲେଶ୍ୱôର, କେନ୍ଦୁଝର ଓ ମୟୁରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ଚେତାବନୀ ଦିଆଯାଇଛି । ପ୍ରବଳ ବର୍ଷା ସହ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/05/31/2025-05-31t055911608z-1001121283.png)
/kanak/media/post_attachments/wp-content/uploads/2021/05/vlcsnap-2021-05-23-19h35m04s243.png)