୨୪ତାରିଖରୁ ବଢ଼ିବ ବର୍ଷା ; ଉତ୍ତର ବଙ୍ଗୋପସାଗରରେ ଦୁଇ ଦିନ ଭିତରେ ଘୂର୍ଷ୍ଣିବଳୟ ସୃଷ୍ଟି ସମ୍ଭାବନା , ୫ ଜିଲ୍ଲାରେ ଅତି ପ୍ରବଳ ବର୍ଷା ଆଶଙ୍କା

୨୪ତାରିଖରୁ ବଢ଼ିବ ବର୍ଷା ; ଉତ୍ତର ବଙ୍ଗୋପସାଗରରେ ଦୁଇ ଦିନ ଭିତରେ ଘୂର୍ଷ୍ଣିବଳୟ ସୃଷ୍ଟି ସମ୍ଭାବନା , ୫ ଜିଲ୍ଲାରେ ଅତି ପ୍ରବଳ ବର୍ଷା ଆଶଙ୍କା

କନକ ବ୍ୟୁରୋ: ଆସନ୍ତା ୨୪ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଏକ ଘୂଷ୍ଣିବଳୟ ସୃଷ୍ଟି ହୋଇପାରେ। ପ୍ରଭାବରେ ୨୪ ଓ ୨୫ ତାରିଖ ଦୁଇ ଦିନ ଧରି ରାଜ୍ୟର ୭ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ପାଇଁ ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ୩ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ୨୩ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ଆକଳନ କରାଯାଇଛି। ତେବେ ଉପକୂଳ ଓ ପଶ୍ଚିମ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ପ୍ରଭାବ ରହିବ। ୨୪ତାରିଖରୁ ବଢ଼ିବ ବର୍ଷାର ପରିମାଣ। ନବରଙ୍ଗପୁର, ମାଲକାନଗିରି, କୋରାପୁଟ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ୫ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ଆକଳନ କରିଛି। ସେହିପରି ୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୨୪ ଓ ୨୫ ତାରିଖରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ଥିବାରୁ ତଳିଆ ଅଞ୍ଚଳ ଓ ଅଣ୍ଡରପାସ୍‌ରେ ଜଳବନ୍ଦୀ ସମସ୍ୟା ସୃଷ୍ଟି ହୋଇପାରେ। ସହରାଞ୍ଚଳରେ ଦୃଶ୍ୟମାନ କ୍ଷମତା ହ୍ରାସ ଓ ଟ୍ରାଫିକ୍ ସମସ୍ୟା ଉପୁଜିବ ବୋଲି ଏସଆରସି ସତର୍କ କରାଇଛନ୍ତି। ସେହିଭଳି ସମୁଦ୍ର ଅଶାନ୍ତ ରହିବାକୁ ଥିବାରୁ ୨୨ରୁ ୨୫ ତାରିଖ ପର୍ୟ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ପ୍ରବେଶ ଉପରେ କଟକଣା ଲଗାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe