କନକ ବ୍ୟୁରୋ : ଆସନ୍ତା ୩ତାରିଖରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା । ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ପରବର୍ତ୍ତୀ ୪୮ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ।

Advertisment

ସମୁଦ୍ର ପତ୍ତନଠାରୁ ୦.୯ କିମି ଉଚ୍ଚତାରେ ଏହି ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ଉପକୂଳ ଓଡିଶା ସହ ପାର୍ଶ୍ୱବର୍ତ୍ତୀ ଜିଲ୍ଲାଗୁଡିକରେ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ । ଆସନ୍ତା ୨ ତାରିଖରୁ ରାଜ୍ୟର କିଛି ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ଥିବା ବେଳେ ୩ ତାରିଖରେ ରାଜ୍ୟରେ ବିସ୍ତୁତି ବର୍ଷା ସମ୍ଭାବନା ରହିଛି ।

ସେପଟେ ରାଜ୍ୟରେ ଦୁର୍ବଳ ମୌସୁମୀ ପ୍ରବାହ ଜାରି ରହିଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ହାରାହାରି ୦ ଦଶମିକ ୨ ମିମି ବର୍ଷା ରେକର୍ଡ କରାଯାଇଛି । ଅନ୍ୟପଟେ ରାଜ୍ୟରେ ନିଅଣ୍ଟିଆ ବର୍ଷା ଦ୍ୱାରା ଖରିଫ ଫସଲ ପ୍ରଭାବିତ ହୋଇଛି । ଅଗଷ୍ଟ ୧୪ ସୁଦ୍ଧା ରାଜ୍ୟରେ ୧୪ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି ।