ଆସନ୍ତାକାଲି ବଙ୍ଗୋପସାଗରରେ ଲଘୁଚାପ : ୨୩ ବେଳକୁ ନେଇପାରେ ଅବପାତର ରୂପ; ସ୍ପଷ୍ଟ କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର

1,061

କନକ ବ୍ୟୁରୋ : ଆସନ୍ତାକାଲି ବଙ୍ଗୋପସାଗରରେ ଲଘୁଚାପ । ୨୩ ବେଳକୁ ନେଇପାରେ ଅବପାତର ରୂପ । ଗତକାଲିର ଘୂର୍ଣ୍ଣିବଳୟ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ସମୁଦ୍ର ମଧ୍ୟସ୍ଥ ବାୟୁମଣ୍ଡଳର ତଳ ଭାଗରେ ସକ୍ରିୟ ରହିଛି। ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ୨୧ ତାରିଖ ସକାଳ ବେଳକୁ ଏହାର ପ୍ରଭାବରେ ବଙ୍ଗୋପସାଗରର ମଧ୍ୟ ଭାଗରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ତେବେ ଏହାର ପ୍ରଭାବ ଓଡ଼ିଶା ଉପରେ ବିଶେ‌ଷ ରହିବ ନାହିଁ । ୨୩ ତାରିଖ ରାଜ୍ୟର ଉପକୂଳ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ହାଲୁକା ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଅପ୍ୟପଟେ ଆସନ୍ତା ୪ରୁ ୫ ଦିନ ମଧ୍ୟରେ ରାଜ୍ୟର ଦିନ ଓ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ ।