ପାର୍ବଣରେ ବର୍ଷା ଭୟ : ଆସନ୍ତା ୪୮ ଘଣ୍ଟାରେ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ; ପରବର୍ତ୍ତୀ ସମୟରେ ଅଧିକ ଘନୀଭୂତ ହେବା ସମ୍ଭାବନା

ପାର୍ବଣରେ ବର୍ଷା ଭୟ : ଆସନ୍ତା ୪୮ ଘଣ୍ଟାରେ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ; ପରବର୍ତ୍ତୀ ସମୟରେ ଅଧିକ ଘନୀଭୂତ ହେବା ସମ୍ଭାବନା

କନକ ବ୍ୟୁରୋ : ପାର୍ବଣରେ ବର୍ଷା ଭୟ । ଆସନ୍ତା ୪୮ ଘଣ୍ଟାରେ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପା ପରବର୍ତ୍ତୀ ସମୟରେ ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି । ଏନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ପାଗରେ ସମାନ୍ୟ ପରିବର୍ତ୍ତନ ଆସିବା ସହ ୨୦ରୁ ୨୨ ତାରିଖ ପର୍ଯ୍ୟନ୍ତ ପାଗ ମୁଖ୍ୟତଃ ଶୁଖିଲା ରହିବ । ୨୩ ଓ ୨୪ ତାରିଖରେ ଗଞ୍ଜାମରୁ ବାଲେଶ୍ବର ଉପକୂଳ ପର୍ଯ୍ୟନ୍ତ ଅଧିକାଂଶ ଅଞ୍ଚଳରେ ହାଲୁକା ବର୍ଷା ହୋଇପାରେ । ୫ ଦିନ ଯାଏ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ ।

କନ୍ଧମାଳ ଜିଲ୍ଲାର ଫୁଲବାଣୀଠାରେ ଆଜି ସକାଳେ ମଧ୍ୟମଧରଣର କୁହୁଡ଼ି ଅନୁଭୂତ ହୋଇଥିବା ବେଳେ ସର୍ବନିମ୍ନ ଦୃଶ୍ୟମାନ ଦୂରତା ୨୦୦ ମିଟର ରେକର୍ଡ କରାଯାଇଛି । ସୁନ୍ଦରଗଡ଼ ଜିଲ୍ଲାର ବାଲିଶଙ୍କରଠାରେ ସର୍ବାଧିକ ୧୨.୨ ମିମି, ଟାଙ୍ଗରପଲ୍ଲୀରେ ୧୦.୪ ମିମି ସମେତ ସୁନ୍ଦରଗଡ଼, ଝାରସୁଗୁଡ଼ା, ପୁରୀ, ଗଜପତି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ମଧ୍ୟ ହାଲୁକା ବର୍ଷା ହୋଇଛି । ଦାରିଙ୍ଗବାଡ଼ି ବ୍ୟତୀତ ରାଜ୍ୟର ସମସ୍ତ ସହରର ସର୍ବୋଚ୍ଚ ତାପମାତ୍ରା ୩୦ ଡିଗ୍ରୀ ଉପରେ ରହିଥିଲା। ଅନୁଗୁଳରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୩୫.୧ ଡିଗ୍ରୀ ରେକର୍ଡ କରାଯାଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe