କନକ ବ୍ୟୁରୋ: ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ପ୍ରଭାବରେ ଆଜିଠାରୁୁ ବଢିବ ବର୍ଷା । ୫ ଦିନ ପର୍ଯ୍ୟନ୍ତ ବର୍ଷା ହେବା ନେଇ ଆଲର୍ଟ ଜାରି କରାଯାଇଛି । ଆଜିଠାରୁ ୨୮ ତାରିଖ ପର୍ଯ୍ୟନ୍ତ କିଛି ସ୍ଥାନରେ ପ୍ରବଳ ବର୍ଷା ସହ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ଆକଳନ କରିଛି ଆଂଚଳିକ ପାଣିପାଗ କେନ୍ଦ୍ର ।
ଘୂର୍ଣ୍ଣିବଳୟ ପ୍ରଭାବରେ ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି । ଆଜି କେନ୍ଦୁଝର, ମୟୂରଭଂଜ, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି, ଗଜପତି ଓ କୋରାପୁଟ ଜିଲ୍ଲାରେ ବର୍ଷା ହୋଇପାରେ । ସେହିପରି ୨୭ ତାରିଖରେ ବରଗଡ଼, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳରେ ପ୍ରବଳ ବର୍ଷା ହେବାକୁ ଥିବା ବେଳେ ଗଂଜାମ, ରାୟଗଡ଼ା ଓ କୋରାପୁଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t075448932z-whatsapp-image-2025-12-17-at-12423-pm-2025-12-17-13-24-48.jpeg)
/kanak/media/post_attachments/wp-content/uploads/2024/06/Capture-77.jpg)