କନକ ବ୍ୟୁରୋ: ବଙ୍ଗୋପସାଗରେ ସୃଷ୍ଟି ହୋଇଛି ଲଘୁଚାପ । ବାତ୍ୟା ନେଇ ସ୍ପଷ୍ଟ ହୋଇନଥିବା ବେଳେ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର । ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି । ଅସ୍ତରଙ୍ଗ ଅଞ୍ଚଳର ମତ୍ସ୍ୟଜୀବୀ ମାନେ ଏଥିପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି । ସେମାନଙ୍କ ଘର ସଜାଡ଼ିବା ସହ ଡଙ୍ଗା ସବୁକୁ ଉପରକୁ ଉଠାଇଛନ୍ତି ।
୨୫ ତାରିଖରେ ରାଜ୍ୟରେ ହେବ ତୃତୀୟ ପର୍ଯ୍ୟାୟ ନିର୍ବାଚନ । ଏହା ପୂର୍ବରୁ ବର୍ଷା ନେଇ ଆକଳନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଲଘୁଚାପ ନେଇ ସତର୍କ ରହିବା ସହ ଏହାର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ସତର୍କ କରାଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର । ସେହିପରି ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନ ଯିବାକୁ ପରାମର୍ଶ ଦିଆଯାଇଛି ।
ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ନେଲା ଲଘୁଚାପର ରୂପ । ୨୫ ତାରିଖ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା ।
/kanak/media/post_attachments/wp-content/uploads/2024/05/44-6.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t075448932z-whatsapp-image-2025-12-17-at-12423-pm-2025-12-17-13-24-48.jpeg)