କଟକ ଡି-ବ୍ରଦର୍ସଙ୍କ ଘରେ ଦ୍ୱିତୀୟ ଦିନରେ ରେଡ୍ : ସାନଭାଇ ସୁଶୀଲକୁ ଆଣି ଜେରା କରୁଛି କମିଶନରେଟ୍ ପୋଲିସ୍ , ଗତକାଲି ସିକ୍ରେଟ ଚାମ୍ବରରୁ ମିଳିଥିଲା ଟଙ୍କା , ବନ୍ଧୁକ ଓ ଗୁଳି

131

କଟକ ଡି-ବ୍ରଦର୍ସଙ୍କ ଘରେ ଦ୍ୱିତୀୟ ଦିନରେ ରେଡ୍ । ସାନଭାଇ ସୁଶୀଲକୁ ଆଣି ଜେରା କରୁଛି କମିଶନରେଟ୍ ପୋଲିସ୍ । ଗତକାଲି ସିକ୍ରେଟ ଚାମ୍ବରୁ ମିଳିଥିଲା ଟଙ୍କା , ବନ୍ଧୁକ ଓ ଗୁଳି । ଗ୍ୟାଙ୍ଗଷ୍ଟର ଡି-ବ୍ରଦର୍ସଙ୍କୁ ତିନି ଦିିନିଆ ରିମାଣ୍ଡରେ ନେଇ ଜେରା କରୁଛି ପୁଲିସ୍ । କିଛି ଦିନ ତଳେ ଡି-ବ୍ରଦର୍ସଙ୍କ ଘରେ ପୁଲିସ୍ ଚଢ଼ାଉ କରିଥିଲା । ଏହି ସମୟରେ ବହୁ ନୂଆ ତଥ୍ୟ ସାମ୍ନାକୁ ଆସିଥିଲା । ଡି-ବ୍ରଦର୍ସଙ୍କ ଘରୁ ବହୁ ପରିମାଣର ମାରଣାସ୍ତ୍ର ଜବତ ହୋଇଥିଲା । ୧୦ରୁ ଅଧିକ ବନ୍ଧୁକ ସହ ବହୁ ଗୁଳିଗୋଳା ଜବତ କରିଥିଲା ପୁଲିସ୍ । ୧୬ଟି ବନ୍ଧୁକ, ୧୦୯୫ ରାଉଣ୍ଡ ଗୁଳି, ୨୪ ମାଗାଜିନ, ୧୬ଟି ମୋବାଇଲ, ୪ଟି ମୋଟର ସାଇକେଲକୁ ଜବତ ହୋଇଥିଲା । ଦୁଇ ଧଳସାମନ୍ତ ବ୍ରଦର୍ସଙ୍କ ଇଙ୍ଗିତରେ ବେଆଇନ ବନ୍ଧୁକ କାରବାର କରୁଥିବା ୮ଜଣଙ୍କୁ ମଧ୍ୟ ଗିରଫ ହୋଇଥିଲେ । ଏସବୁ ବନ୍ଧୁକ ବିହାରରୁ ଆସୁଥିବାର ଲିଙ୍କ ପୁଲିସ୍ ହାତରେ ଲାଗିଥିଲା । ଏହି ମାମଲାର ଅଧିକ ଖୋଳତାଡ଼ ଜାରି ରହିଛି ।